ଆଜିର ରାଶିଫଳ, 17 ମାର୍ଚ୍ଚ 2020, ମଙ୍ଗଳବାର, ହନୁମାନ ଆଜିଠୁ ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ମହିଳାମାନେ ପୁରାତନ ରୋଗର ପୀଡାରୁ ଉପସମ ପାଇବେ । ନିଜେଅସୁବିଧା ଭିତରେ ଚଳୁଥିଲେମଧ୍ୟ ବନ୍ଧୁଙ୍କୁ ଯଥାସାଧ୍ୟ ସାହାଯ୍ୟ କରିବେ । ସନ୍ତାନଙ୍କ ଶୁଭ ସୂଚନା ଶୁଣି ଆନନ୍ଦିତ ହେବେ । ରାଜନୀତିରେ ଆବଶ୍ୟକତା ପୂରଣ କରି ପ୍ରଶଂସାପାଇବେ । ମହିଳାମାନେ ଆତ୍ମୀୟଙ୍କୁ ସାହାଯ୍ୟ କରି ପାରିବାରିକ ଶାନ୍ତିକୁ ବଜାୟ ରଖିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । କୃଷିଦ୍ରବ୍ୟ ବାଣିଜ୍ୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

୨-ବୃଷ

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ମହିଳାମାନଙ୍କର ଆଶା ପୂରଣ ହେବ ଓ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ ।

୩-ମିଥୁନ

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । କୌଣସି ଆନୁଷ୍ଠାନିକ, ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତିରେ ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ ।

୪-କର୍କଟ

ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ । ମହିଳାମାନେ ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ । ଖେଳ ଓ ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

୫-ସିଂହ

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ । ଆୟ ଉତ୍ତମ ହେବ ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଭଲହେବ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ । ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ । ଛାତ୍ରଛାତ୍ରୀମାନେ ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଭ୍ରମଣପ୍ରିୟ ହେବେ । ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ ।

୭-ତୁଳା

ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ପିତାଙ୍କ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

୮-ବିଚ୍ଛା

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ନୂଆ ନିଯୁକ୍ତିର ସମ୍ଭାବନା ଅଛି । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୯-ଧନୁ

ବ୍ୟବସାୟୀମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ଯାନବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

୧୦-ମକର

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ କଷ୍ଟ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- ୠୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

୧୧-କୁମ୍ଭ

ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । କର୍ମ କ୍ଷେତ୍ରରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ପରିବାରରେ ଚେଷ୍ଟା ସାର୍ଥକହେବ ଓ ସୁଖଶାନ୍ତି ଫେରି ଆସିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ । ମହିଳାମାନଙ୍କର କାର୍ଯ୍ୟ ସହଜ ସରଳରେ ସମାଧାନ ହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୧୨-ମୀନ

କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧାପାଇବେ । ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ର ରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଖେଳ ଓ ବିଦ୍ୟାରେ ସଫଳତା ମିଳିବ । ଅଟକିଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟ,ବାଣିଜ୍ୟରେ ଲାଭପାଇବେ । ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ ।