ଆଜିର ରାଶିଫଳ, 17 ସେପ୍ଟେମ୍ବର 2019 ମଙ୍ଗଳବାର, ହନୁମାନ ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି ଓ ଭାବମୂର୍ତ୍ତି ସୁରକ୍ଷିତ ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ହ୍ରାସ ପାଇ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ଘରୋଇ ସଂସ୍ଥାର ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟୀମାନେ ଉତ୍ତମ ରୋଜଗାର କରି ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ଓ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ଧନମାନ ଦିଗରୁ ସୁରକ୍ଷିତ ରହିବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ । ଭାଗୀଦାର ବ୍ୟବସାୟରେ ବାଦ ବିବାଦ ମେଣ୍ଟିଯିବା ଫଳରେ ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚ୍ଚଆଶା ସଫଳ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଧୈର୍ଯ୍ୟ  ଓ ସହନଶୀଳତା ଯୋଗେ ଯଶ ମିଳିବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇ ଆର୍ଥିକ ଉନ୍ନତି ହେବ । ପାରିବାରିକ ଜୀବନରେ ଶାନ୍ତି ଆସିବ ଓ ସାମାଜିକ ପତିଆରା ଅମଳିନ ରହିବ । ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ରାଜନୀତିରେ ସଫଳତା ମିଳିବ । ମହିଳାମାନେ ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ଆୟ ଉପାର୍ଜନର ବୃଦ୍ଧି ହେବା ଫଳରେ ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କନ୍ୟା:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ସୁଖପ୍ରାପ୍ତି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଋଣ ଭାରରୁ ମୁକ୍ତି ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଦୂର ସ୍ଥାନକୁ ଯାତ୍ରା କଲେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ମହିଳାମାନେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରି ପାରିବେ ।   ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ବ୍ୟବସାୟରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବା ସହ ଶତୃ ପରାଜିତ ହେବେ । ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଆମୋଦ ପ୍ରମୋଦ, କ୍ରିଡାରେ ଆଗ୍ରହ ବଢିବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ପରିବାରରେ ସୁସ୍ଥ ବାତାବରଣ ଜାରି  ରହିବା ସହ ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ବ୍ୟବସାୟୀମାନେ ପ୍ରତିଦ୍ଵନ୍ଦିତାର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ପତି-ପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।