ଆଜିର ରାଶିଫଳ 18 ଜୁଲାଇ 2019, ଗୁରୁବାର, ମା ଲକ୍ଷ୍ମୀ ଏହି ୫ ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

ମେଷ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହୋଇ ପାରନ୍ତି ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃ ମାନେ ପରାଜିତ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇ ପାରେ ।  ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଶୁଭ ସମାଚାର ମିଳିବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ବିବାହ କାର୍ଯ୍ୟରେ ମଧ୍ୟ ସଫଳ ହେବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

କନ୍ୟା:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଯୁବକ-ଯୁବତୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ନୂଆ କାମ ନୂଆ ପ୍ରେରଣା ଦେବ । ସମସ୍ତ କ୍ଷେତ୍ରରେ ଜୟ-ଜୟକାର ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଦୃଢ଼ ଆତ୍ମବିଶ୍ୱାସ  ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ବିଭାଗୀୟ ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମକର:-

କର୍ମକ୍ଷେତ୍ରରେ ସାମାଜିକ ପ୍ରତିAଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ ।  ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।