ଆଜିର ରାଶିଫଳ, 18 ଡିସେମ୍ବର 2018 ମଙ୍ଗଳବାର – ଏହି ୪ ରାଶି ଉପରେ ହନୁମାନ ପ୍ରସନ ହେବେ

ମେଷ-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଂଘର୍ଷ ଦ୍ୱାରା ସଫଳତା ମିଳିବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରୋଜଗାର ସମସ୍ୟା ସୁଧୁରି ଯିବା ଫଳରେ ଧନ ଲାଭ ହେବାରୁ ମନଖୁସି ରହିବ । ଅଧିକାରୀଙ୍କଠାରୁ ସହଯୋଗ ପାଇ କାର୍ଯ୍ୟ ପୂରଣ କରିବେ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ସମୟ ହସ ଖୁସିରେ ବିତେଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ମାନସିକ ଚିନ୍ତା ଦୂରହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ବୃଷ-

ନୂତନ କର୍ମ ପ୍ରାପ୍ତି ହେବ ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହୋଇ ମଥାନତ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅଯଥା ବାକବିତଣ୍ଡା ବା ବାଦ-ବିବାଦରୁ ଦୂରତା ରକ୍ଷା କରନ୍ତୁ । ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ । ମାଲିମୋକଦ୍ଦମାର ଭୟ ରହିବ । କର୍ମ କ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ବା ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ । ମହିଲାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ କରିବାକୁ ମନ ବଳେଇବେ ।

ମିଥୁନ-

ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଫାଇଦା ଉଠାଇବେ । ପଢାପଢିରେ ମାନସିକ ଶାନ୍ତି, ବ୍ୟବସାୟରେ ପ୍ରଚୁର ଲାଭ, ମନର ଅଶାନ୍ତି ଦୂରହେବ । ସନ୍ତାନମାନଙ୍କ ଉନ୍ନତିପାଇଁ ଚିନ୍ତିତ ରହିବେ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କର୍କଟ-

ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ । ବ୍ୟବସାୟରେ ପୂର୍ଣ୍ଣ ସଫଳତା, ପୂର୍ବ ସମସ୍ୟାର ସମାଧାନ ହେବ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ବ୍ୟୟ ଅପେକ୍ଷା ଆୟ ଅଧିକହେବ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ସିଂହ-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ ଆଉ ନିଜେ ମଧ୍ୟ ଗାଡ଼ି ଚଳାନ୍ତୁ ନାହିଁ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ । ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକାର-ଗୋମତାର ସେବା କରନ୍ତୁ ।

କନ୍ୟା-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ । ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଅଧିକାଂଶ ସମୟ ଘର ତଥା ପରିବାରର କଥା ଚିନ୍ତାକରି କଣ କରିବେ ଏବଂ କଣ ନକରିବେ ଏହି ଚିନ୍ତାରେ ମନ ଭଲ ରହିବ ନାହିଁ । ଦୂରଯାତ୍ରାରେ ସଫଳ ହେବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ପରୀକ୍ଷା ପ୍ରତି ଯୋଗିତାରେ ଆଶା ମୁତାବକ ଫଳ ପାଇବେ । କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇପାରିବ । ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଛା-

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଗୃହ ନିର୍ମାଣ କରିବେ । ଆର୍ଥିକ ସ୍ଥିତି ସୁଧୁରିଯିବା ସହ ଉନ୍ନତିହେବ । ଦୂରଯାତ୍ରାରେ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ ଓ ଆକସ୍ମିକ ଧନପ୍ରାପ୍ତିହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ-

ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟ କ୍ଷେତ୍ରରେ ଅର୍ଥଲାଭର ମାର୍ଗ ଖୋଲିଯାଇ ଉନ୍ନତିହେବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଶୁଭ ସମାଚାର ମିଳିବ ଓ ଅନେକ ଶୁଭହେବ । ମହିଳା ମାନେ ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ କିନ୍ତୁ ଶାରୀରିକ ପୀଡ଼ାଯୋଗୁ ଖର୍ଚ୍ଚ ମଧ୍ୟ ହେବ । ବିଦ୍ୟାରେ ଅମନ ଯୋଗ ହେଲେମଧ୍ୟ ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । କୌଣସିଏକ ରୋଗୀର ସେବା କରନ୍ତୁ । ପ୍ରତିକାର- ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମକର-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର-ଗାଈକୁ ଘାସ ଖୁଆନ୍ତୁ ।

କୁମ୍ଭ-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବାସହ ସ୍ଥାନାନ୍ତର ସୂଚନା ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପିତ୍ତଦୋଷ ବୃଦ୍ଧି ପାଇବ ଓ ଶରୀରପୀଡା କଷ୍ଟକର ହୋଇପାରେ । ପାରିବାରିକ କ୍ଷେତ୍ରରେ ମନକୁ ଆଘାତ ଲାଗିଲାପରି କଥା ଶୁଣିବେ । ଦାମ୍ପତ୍ୟ କଳହ ମେଣ୍ଟିଯିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ କ୍ଷତି ସହିବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିବ । ମାଲିମୋକଦ୍ଦମାରେ କ୍ଷତି ସହିବେ । ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ବିଦ୍ୟୂତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଦୁର୍ଘଟଣାର ସମ୍ମୁଖୀନ ହେବେ । ପ୍ରତିକାର:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ବିଦେଶ ଯାତ୍ରାରେ ସଫଳ ହେବେ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ମନ ଓ ଶରୀର ଭଲ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ଯୋଗେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ ।