ଆଜିର ରାଶିଫଳ, 18 ସେପ୍ଟେମ୍ବର 2019 ବୁଧବାର, ମା ଦୁର୍ଗା ଙ୍କ କୃପା ରହିବ ଏହି ୫ଟି ରାଶି ଉପରେ

ମେଷ:-

ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ କମ ପରିଶ୍ରମ କରି ଅଧିକ ଲାଭ ପାଇବା ସହ ମାନ-ସମ୍ମାନ ବୃଦ୍ଧି ହେବ । ପତିପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ଶତ୍ରୁମାନେ ପରାଜିତ ହେବେ । ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଉତ୍ତମ ରୋଜଗାର ହେଲେ ମଧ୍ୟ କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।  ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି କରି ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଶାରୀରିକ ସୁସ୍ଥତା ସହ ମାନସିକ ଅଶାନ୍ତି ଦୂର ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟିକ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟ ରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ଶତ୍ରୁବାଧା ଦୂରେଇ ଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ହେବ । ପରିଜନ ଓ ସାଧୁଜନପ୍ରିୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବ୍ୟବସାୟୀକ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମକର:-

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଆୟଉତ୍ତମ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ମଉଜ ମଜଲିସ୍ କରିବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପାରିବାରିକ କ୍ଷେତ୍ରରେ ଶାନ୍ତି, ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସନ୍ତାନ ମାନଙ୍କ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଉତ୍ତମ ରୋଜଗାର ମିଳିବ ।  ପ୍ରତିକାର:- ଜନ୍ଦା ଓ ପିମ୍ପୁଡ଼ି ଗାତ ପାଖରେ କିଛି ଗୁଡ଼ ରଖନ୍ତୁ ।

ମୀନ:-

ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଗୃହସ୍ଥ ଜୀବନ ସୁଖମୟ ହେବ । ମହିଳାମାନେ ଉତ୍ତମ ଗୃହିଣୀ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।