ଆଜିର ରାଶିଫଳ 19 ଏପ୍ରିଲ 2019, ଶୁକ୍ରବାର – ମହାଦେବ ଙ୍କ କୃପାରୁ ଏହି ୪ଟି ରାଶିର ସବୁ କାର୍ଯ୍ୟ ସଫଳ ହେବ

ମେଷ :

ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ । ସାହିତ୍ୟ କ୍ଷେତ୍ରରେ ରୁଚି ରଖୁଥିବା ବ୍ୟକ୍ତି ଆଜି ନିଜର କାର୍ଯ୍ୟକ୍ଷେତ୍ରରେ ବିଶେଷ ଯୋଗଦାନ ଦେଇ ପାରିବେ । ନିଜର ରଚନାତ୍ମକ ଏବଂ ସୃଜନାତ୍ମକ ଶକ୍ତିଗୁଡ଼ିକର ପରିଚୟ କରି ପାରିବେ । ପ୍ରେମୀ ଯୁଗଳଙ୍କ ମଧ୍ୟରେ ଘନିଷ୍ଠତା ଏବଂ ପ୍ରେମ ବଢ଼ିବ । ତାଙ୍କ ସହ ସାକ୍ଷାତକରି ରୋମାଞ୍ଚକ ରହିବ । ଶେୟାର-ସଟ୍ଟାରେ ଲାଭ ହେବ । ସନ୍ତାନଙ୍କର କାମ ହାସଲ ହେବ । ମିତ୍ରମାନଙ୍କଠାରୁ ଲାଭ ହେବ । ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ :

ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ । ଚାକିରିପେଶା ବର୍ଗଙ୍କ ପାଇଁ ଆଜି ଲାଭର ଦିନ ଅଟେ । ଆର୍ଥିକ ଲାଭର ସମ୍ଭାବନା ଅଛି । ଘରେ ଆନନ୍ଦର ବାତାବରଣ ରହିବ । ନୌକର ଏବଂ ସହକର୍ମିମାନଙ୍କ ସମ୍ପୂର୍ଣ୍ଣ ସାଥି ମିଳିବ । କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ । ବିରୋଧୀ ଏବଂ ଶତ୍ରୁ ନିଜର ଚାଲରେ ନାକାମ ହେବେ । ମହିଳା ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ । ଭଗବାନଙ୍କର ଆଶୀର୍ବାଦ ଆପଣଙ୍କ ସାଥିରେ ଅଛି । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମିଥୁନ :

ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ । ସ୍ଵଭାବରେ ଭାବୁକତା ଅଧିକ ହେବାରୁ ମାନସିକ ଚିନ୍ତା ରହିବ । ଆର୍ଥିକ ବିଷୟଗୁଡ଼ିକର ଆୟୋଜନ ହେବ । ମାତାଙ୍କର ତରଫରୁ ଅଧିକ ପ୍ରେମ ଏବଂ ଭାବନାର ଅନୁଭବ ହେବ । ମହିଳାମାନଙ୍କର ଧନ ସୌନ୍ଧର୍ଯ୍ୟ ପ୍ରଶାଧନ, ବସ୍ତ୍ର କିମ୍ବା ଆଭୂଷଣର କ୍ରୟ ପଛରେ ଖର୍ଚ୍ଚ ହେବ । ବିଦ୍ୟାର୍ଥିମାନଙ୍କପାଇଁ ପାଠପଢ଼ାରେ ସଫଳତା ମିଳିବ । ସ୍ଵଭାବରେ ପରିବର୍ତ୍ତନ ଆସିବ । ସାର୍ବଜନିକ ରୂପରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ । ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

କର୍କଟ :

ଆଜି ଆପଣଙ୍କର ପରିବାର ସଦସ୍ୟ କୌଣସି ଶୁଭ ସମାଚ଼ାର ଦେଇପାରିବେ । ଆଜି ଆପଣଙ୍କୁ କୌଣସି ଶୁଭ ସମାଚ଼ାର ମିଳିପାରେ । ଆଜି ଆପଣଙ୍କର ପାଖ ପରିବେଶ ବହୁତ ଭଲ ରହିବ । କାର୍ଯ୍ୟରେ ସଫଳତା ପାଇବା ପାଇଁ ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପାଇଁ ଆଜି ଉତ୍ତମ ଦିନ ଅଟେ । ଆପଣଙ୍କ ନିକଟରେ ବିଚାରରେ ଆଜି ସ୍ଥିରତା ରହିବ, ଯେଉଁଥିରେ କୌଣସି କାର୍ଯ୍ୟ ଭଲ ଭାବରେ କରି ପାରିବେ । କଳାକାମାନଙ୍କୁ ନିଜର କଲା ପ୍ରଦର୍ଶିତ କରିବାପାଇଁ ମୌକା ମିଳିବ ଏବଂ ତାଙ୍କର ସମ୍ମାନ ମଧ୍ୟ ହେବ । ଜୀବନସାଥୀ ସହିତ ଅଧିକ ନିକଟତା ଅନୁଭବ କରିବେ । ମିତ୍ରମାନଙ୍କ ସହିତ ଛୋଟ ଯାତ୍ରା କିମ୍ବା ପର୍ଯ୍ୟଟନ ହେବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ ହେବ ।  ଧନଲାଭ ହେବ । ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ ।

ସିଂହ :

ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ , ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜି ଆପଣ ଧାର୍ମିକ କାର୍ଯ୍ୟ ଆଡ଼କୁ ଢଳିବେ । କୌଣସି ତୀର୍ଥ ସ୍ଥାନର ଦର୍ଶନ ହେବାର ସଂଯୋଗ ଅଛି । ବିଦେଶ ଗମନ ପାଇଁ ଅବସର ନିର୍ମିତ ହେବ । ଭାଇ-ବନ୍ଧୁମାନଙ୍କର ଲାଭ ହେବ । ଅଫିସ୍ ରେ ଉଚ୍ଚ ପଦାଧିକାରିମାନଙ୍କଠାରୁ ସମ୍ଭାଳିକରି ରୁହନ୍ତୁ । ଆଜି ଆର୍ଥିକ ଲାଭର ଦିନ ଅଟେ । ଶାରୀରିକ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା :

ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ । ଦୃଢ଼ତାର ସହିତ ଆପଣ ସାବଧାନପୂର୍ବକ କାମ କରିବେ । ବ୍ୟବସ୍ଥିତ ରୂପରେ ଆର୍ଥିକ ବିଷୟଗୁଡ଼ିକ ସମ୍ଭାଳି ନେବେ । ନିଜର କଳାତ୍ମକ ବିଚାରକୁ ଭଲ ଭାବରେ କରିବେ । ବସ୍ତ୍ର, ଆଭୂଷଣ, ସୌଂଦର୍ଯ୍ୟ ପ୍ରସାଧନ ଏବଂ ମନୋରଞ୍ଜନ ପଛରେ ଧନ ଖର୍ଛ ହେବ । କୌଟୁମ୍ବିକ ସୁଖ-ଶାନ୍ତି ରହିବ । ଉତ୍ତମ ଦାମ୍ପତ୍ୟ ଜୀବନଙ୍କର ଅନୁଭୂତି ହେବ । ଧନ ଲାଭର ଆଶା ରଖିପାରନ୍ତି । ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

ତୁଳା :

ଆଜି ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ , କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି । ଆର୍ଥିକ ଆୟୋଜନମାନଙ୍କ ଏବଂ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଉତ୍ତମ ଦିନ ଅଟେ । ବ୍ୟାପାରରେ ଲାଭ, ଚାକିରିରେ ପଦୋନ୍ନତି ଏବଂ ଆୟ ସ୍ରୋତରେ ବୃଦ୍ଧି ହେବାରୁ ଆପଣ ଖୁବ ଆନନ୍ଦ ଏବଂ ସନ୍ତୋଷର ଭାବନା ଅନୁଭବ କରିବେ । ମିତ୍ର, ପତ୍ନୀ, ପୁତ୍ର ଆଦିଙ୍କର ତରଫରୁ ଶୁଭ ସମାଚାର ମିଳିବ । ମାଙ୍ଗଳିକ କାର୍ଯ୍ୟ ହେବ । ଯାତ୍ରା ତଥା ବିବାହର ଯୋଗ ଅଛି । ପ୍ରଣୟ ପାଇଁ ଅନୁକୂଳ ଦିନ ଅଟେ । ଉତ୍ତମ ବୈବାହିକ ସୁଖର ଆନନ୍ଦ ଉଠାଇ ପାରିବେ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା :

ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ । ଦୈନିକ ଘଟଣାଚକ୍ରର ପ୍ରବୃତ୍ତିଗୁଡ଼ିକରେ ଆଜି ପରିବର୍ତ୍ତନ ଆସିବ । ଆଜି ଆପଣ ମଉଜ-ମସ୍ତୀ ଏବଂ ମନୋରଞ୍ଜନର ଦୁନିଆରେ ବୁଲିବାକୁ ଇଚ୍ଛା ହେବ । ଏଥିରେ ମିତ୍ରମାନଙ୍କ, କୁଟୁମ୍ବମାନଙ୍କ ସାଥି ମିଳିବ । ସାର୍ବଜନିକ ଜୀବନରେ ଆପଣଙ୍କ ମାନ-ପ୍ରତିଷ୍ଠା ବଢ଼ିବ । ନୂଆ ବସ୍ତ୍ର ପରିଧାନ ଏବଂ ବାହନସୁଖର ପ୍ରାପ୍ତି ହୋଇପାରେ । ଭାଗୀଦାରୀରେ ଲାଭ ହେବ । ଦାମ୍ପତ୍ୟଜୀବନର ଉତ୍ତମ କ୍ଷଣର ଅନୁଭବ କରିବେ । ପ୍ରିୟ ବ୍ୟକ୍ତିଙ୍କ ସହିତ ସାକ୍ଷାତକରିବେ ଏବଂ ଧନଲାଭ ହେବ । ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ :

ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ନିଜ ଲୋକଙ୍କର ସାହାଯ୍ୟରେ ଆପଣ ଆପଣଙ୍କର ସମସ୍ୟାର ସମାଧାନ କରିପାରିବେ । ଆକସ୍ମିକ ଧନ ଲାଭର ଦିନ ଅଟେ । ଆଧ୍ୟାତ୍ମିକ ପ୍ରବୃତ୍ତି ତଥା ସିଦ୍ଧି ପ୍ରାପ୍ତ କରିବା ପାଇଁ ଉତ୍ତମ ଦିନ ଅଟେ । ତଥାପି ମଧ୍ୟ ନୂଆ କାର୍ଯ୍ୟ ଆରମ୍ଭ ନ କରିବା ପାଇଁ ଉପଦେଶ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ । ଶତ୍ରୁ ଆପଣଙ୍କ ଅହିତ କରିବାକୁ ପ୍ରୟାସ କରିବେ । ଜଲାଶୟ ଏବଂ ମହିଳାଙ୍କଠାରୁ ସତର୍କ ରୁହନ୍ତୁ । ଈଶ୍ଵର ଭକ୍ତି ଏବଂ ଗଭୀର ଚିନ୍ତନ ଶକ୍ତି ମନକୁ ଶାନ୍ତି ଦେବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମକର :

ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ ।  ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ପରିବାର ଏବଂ କାର୍ଯ୍ୟକ୍ଷେତ୍ରରେ ବୁଝାମଣାପୂର୍ଣ୍ଣ ବ୍ୟବହାରରେ ସଂଘର୍ଷକୁ ଏଡ଼ାଇ ଦିଆଯାଇପାରିରେ । ନିଜ ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିର ଆବଶ୍ୟକତା ଅଛି, ନହେଲେ ବିବାଦ ହୋଇପାରେ । ମହିଳା ବର୍ଗଙ୍କଠାରୁ ଲାଭ ହେବ । ଉଦାସ ହେବା କାରଣରୁ ନକାରାତ୍ମକ ବିଚାର ଆସିପାରେ ଏଥିରୁ ବଞ୍ଚିତ ରୁହନ୍ତୁ । ଅତ୍ୟଧିକ ଧନ ପ୍ରାପ୍ତିର ସମ୍ଭାବନା ଅଛି । ଖାଇବା ପିଇବାରେ ନିୟନ୍ତ୍ରଣ ରଖିବା ସ୍ୱାସ୍ଥ୍ୟ ପାଇଁ ଠିକ ରହିବ । ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ :

ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ । ଚାକିରି ତଥା ବ୍ୟବସାୟ କ୍ଷେତ୍ରରେ ଲାଭଦାୟକ ଏବଂ ସଫଳ ଦିନ ଅଟେ । ଆପଣଙ୍କ କାର୍ଯ୍ୟକ୍ଷେତ୍ରରେ ପ୍ରଭାବ ଜମାଇ ପାରିବେ । ଭରପୂର ଆତ୍ମବିଶ୍ଵାସ ଏବଂ ଦୃଢ଼ ମନୋବଳରେ ଆପଣଙ୍କ କାର୍ଯ୍ୟ ସରଳତାପୂର୍ବକ ସମ୍ପୂର୍ଣ୍ଣ ହେବ । ଉଚ୍ଚ ପଦାଧିକାରିମାନଙ୍କ ଦ୍ଵାରା କାମର ସମ୍ମାନ ମିଳିବ । ପଦୋନ୍ନତିର ସମ୍ଭାବନା ଅଛି । ପିତାଙ୍କଠାରୁ ଲାଭ ହେବ । ଜମି ତଥା ବାହନ ସମ୍ବନ୍ଧୀତ କାମକାର୍ଯ୍ୟ ପାଇଁ ଅନୁକୂଳ ସମୟ ଅଟେ । ପ୍ରତିକାର– ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମୀନ :

କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ । ଆପଣଙ୍କ ବାଣୀ କିମ୍ବା ବ୍ୟବହାର ଆଜି କାହା ସହିତ ଭୁଲ ବୁଝାବଣା ସୃଷ୍ଟି କରିପାରେ । ପରିବାରର ଲୋକମାନଙ୍କ ସହିତ ମନମାଳିନ୍ୟ ହୋଇପାରେ, ସମ୍ଭାଳିକରି ରୁହନ୍ତୁ । ବାହନ ଏବଂ ସ୍ୱାସ୍ଥ୍ୟକୁ ନେଇକରି ସାବଧାନ ରୁହନ୍ତୁ । ମାନ-ପ୍ରତିଷ୍ଠାରେ ଉନ୍ନତି ହେବ । ଆଜି ମନୋରଞ୍ଜନର ପଛରେ ଖର୍ଚ୍ଚ ହୋଇପାରେ । ମସ୍ତିସ୍କକୁ ଶାନ୍ତ ରଖିବାକୁ ଉପଦେଶ । ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।