ଆଜିର ରାଶିଫଳ 19 ଜୁନ୍ 2019, ବୁଧବାର – ଆଜିଠୁ ଏହି ୪ଟି ରାଶି ହେଇଯିବେ ମାଲାମାଲ

ମେଷ:-

କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ ।  ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ବୃଷ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ମହିଳାମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ମିଥୁନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ । ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ସିଂହ:-

କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ମହିଳାମାନଙ୍କର ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପରିବାରରେ ମାତା ପିତାଙ୍କସହ କଳହ ଅବସାନ ହେବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଯୁବକ-ଯୁବତୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

ବିଚ୍ଛା:-

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ । ମହିଳାମାନେ କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ନୂଆ କାମ ନୂଆ ପ୍ରେରଣା ଦେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଅଶାନ୍ତି ସୃଷ୍ଟି ହେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ । ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଦୃଢ଼ ଆତ୍ମବିଶ୍ୱାସ  ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ । ବାଦ-ବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ । କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ ।  ପ୍ରତିକାର:- ଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ ।