ଆଜିର ରାଶିଫଳ 19 ଜୁଲାଇ 2019, ଶୁକ୍ରବାର, ଏହି ୪ଟି ରାଶି ଉପରେ ଆଜିଠୁ ୧୧ ଦିନ ହନୁମାନଙ୍କ କୃପା ବରଷିବ

ମେଷ:-

ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ । ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି ।  ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ବୃଷ:-

ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ ।  ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ନୂତନବନ୍ଧୁଙ୍କ ଆଗମନ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । କାରବାରରେ ଲାଭ ହେବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ । କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ । ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ । ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ । ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ । କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । ନୂତନ କାମ ଆରମ୍ଭ କରିପାରିବେ । ନିବେଶ ଆଦିରେ ଲାଭ ହେବ ।   ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଅନେକ ଦିଗରୁ ଖୁସି ମିଳିବ । ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ ଓ ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ମହିଳାମାନେ ଶାନ୍ତିପାଇବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣସ୍ଥାୟି ରହିବ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ ।  ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଦୂରଯାତ୍ରାରେ ଲାଭପାଇବେ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନଖୁସି ରହିବ । ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି । ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ ।  ପ୍ରତିକାର- ଧଳାଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମନୋକାମନା ପୂରଣ ହେବ ଓ ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ । ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ ।  ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।