ଆଜିର ରାଶିଫଳ, 19 ଡିସେମ୍ବର 2018 ବୁଧବାର – ମହାଦେବଙ୍କ କୃପାରୁ ଆଜି ଏହି ୩ଟି ରାଶିର ସବୁ ଇଚ୍ଛା ପୂରଣ ହେବ

ମେଷ-

ମହିଳାମାନେ ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ୱସ୍ତି ଅନୁଭବ କରିବେ ଓ ବ୍ରତ, ଉପାସନାରେ ବ୍ରତୀ ହେବେ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ପରିବାରରେ ସୁଖଶାନ୍ତି ଫେରିଆସିବ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

ବୃଷ-

ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ଅତି ନିଜର ଲୋକମାନେ ଶତୃତା ଆଚରଣ କରିବେ । ପିଲାମାନଙ୍କ ପାଇଁ ଚିନ୍ତା କରି ବିରକ୍ତିଭାବ ପ୍ରକାଶ ପାଇବ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ । କୌଣସି ବିବାଦୀୟ ଘଣଟାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡ଼ିବେ । ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ମିଥୁନ-

କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । କୋର୍ଟ କଚେରୀ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ । ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ ।

କର୍କଟ –

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସାମାଜିକ ସ୍ତରରେ ଖ୍ୟାତି ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ । ଦୂରଯାତ୍ରା କରିବା ଦ୍ୱାରା ଅସୁସ୍ଥତା ଅନୁଭବ କରିବେ । ପାଖ ପଡ଼ୋଶୀମାନେ କଟୁବଚନ ଶୁଣେଇବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । କାହାର ଡାକରାପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

କନ୍ୟା-

ପୁରୁଣା ରୋଗରୁ ଉପଶମ ପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଗତ ସମସ୍ୟା ପାଇଁ ସତର୍କ ରହିବା ଉଚିତ୍ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:-ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ ।

ତୁଳା-

ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ ଓ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ । ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ ଓ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ ।

ବିଛା-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ଧନୁ-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସମ୍ପତ୍ତି କ୍ରୟ କରିବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପ୍ରତିକାର-ଗାଈକୁ କିଛିଖାଦ୍ୟ ଖୁଆନ୍ତୁ ।

ମକର-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିପାରନ୍ତି । କର୍ମ କ୍ଷେତ୍ରରେ ଗୁପ୍ତ ଶତୃଙ୍କ ଦ୍ୱାରା ହଇରାଣ ଏବଂ ଅପଦସ୍ତ ହେବେ । ରାଜନୀତି କ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହୋଇପାରେ । ଶ୍ୱଶୁର ଘର କିମ୍ବା ଜମିବାଡ଼ିକୁ ନେଇ କେତେକ ସମସ୍ୟା ଉପୁଜି ପରେ ।

କୁମ୍ଭ-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ମାନସିକ ବିଷାଦ, ଭୟ ଆଶଙ୍କା ଗ୍ରସ୍ତ ହେବେ । ଆର୍ଥିକ ସଙ୍କଟ ଦେଖାଦେବାରୁ ଧାର କରଜ କରିବାକୁ ବାଧ୍ୟ ହେବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ସାମୟିକ ଶାରୀରିକ ପୀଡ଼ା ଭୋଗ କରିବେ । ମହିଳାମାନେ ଅନ୍ୟମାନଙ୍କ କାମରେ ମନ ଦେଇ ନିଜ କାମକୁ ଅବହେଳା କରିବେ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।