ଆଜିର ରାଶିଫଳ, 19 ଡିସେମ୍ବର 2019, ଗୁରୁବାର, ମା ଲକ୍ଷ୍ମୀ ଆଜିଠୁ ୭ ଦିନ ଯାଏ ଏହି ୫ଟି ରାଶିର ସବୁ କାମ ପୂରଣ କରିବେ

୧-ମେଷ

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଆୟ ଅପରିବର୍ତ୍ତିତ ରହିବା ସହ ବ୍ୟୟ ସଙ୍କୁଚିତ ହେବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୨-ବୃଷ

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ ।

୩-ମିଥୁନ

ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ରାଜନୀତିରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ ଓ ସ୍ଵନାମ ଅର୍ଜନ କରିପାରିବେ । ବାଦବିବାଦ, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟୀ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ କୃତକାର୍ଯ୍ୟ ହେବେ । ମହିଳାମାନଙ୍କର ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ । ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୫-ସିଂହ

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ନାନା ବାଟରେ ଧନାଗମ ଘଟି ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ କରେଇବା ଯୋଗେ ଗୁରୁଜନ ସନ୍ତୁଷ୍ଟ ରହିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ବ୍ୟବସାୟିକ କ୍ଷେତ୍ରରେ ସ୍ଥିତି ସୁଧୁରିବା ସହ ଉନ୍ନତିହେବ । ଔଷଧନିର୍ମାଣ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଆର୍ଥିକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିବାରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଉତ୍ତମ ରୋଜଗାର କରି ପ୍ରଶଂସିତ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ । ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ ।

୮-ବିଚ୍ଛା

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ମହିଳା ମାନଙ୍କର ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

ବ୍ୟବସାୟରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ସଫଳତା ଅର୍ଜନ କରି ପାରିବେ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରି ପାରନ୍ତି । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୧୦-ମକର

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆପଣା ଲୋକଙ୍କ ଠାରୁ ପ୍ରଶଂସିତ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଅର୍ଥ ପ୍ରାପ୍ତି ହୋଇଯିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ଭଲ କାମ କରି ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ପ୍ରତିକାର–ଅସହାୟକୁ ନିରାଶ କରିବେ ନାହିଁ ।

୧୧-କୁମ୍ଭ

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ କାରବାରରେ ବୁଡିରହି ଆଶାତୀତ ଲାଭପାଇବେ । ନିମ୍ନବର୍ଗର ବ୍ୟକ୍ତି ବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ । କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୧୨-ମୀନ

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆର୍ଥିକଦିଗରୁ ସୁବିଧା ହେବାସହ ଉଚିତ୍ ପରାମର୍ଶ ପାଇ ପୈତୃକ ସମ୍ପତ୍ତି ନେଇ ଥିବା ପାରିବାରିକ ଦ୍ୱନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ହରେଇଥିବା ଦ୍ରବ୍ୟ ଫେରି ପାଇବେ । ମନକୁ ଆଘାତ ଲାଗିପାରେ । ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ ।