ଆଜିର ରାଶିଫଳ 19 ମେ 2019, ରବିବାର – ଆଜିଠୁ ସୂର୍ଯ୍ୟଦେବ ଏହି ୩ଟି ରାଶି ଉପରେ ନିଜର ସବୁ ଶକ୍ତି ଦେବେ

ମେଷ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମାଲିମୋକଦ୍ଦମାରେ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

ବୃଷ:-

ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ମାଲିମୋକଦ୍ଦମାରେ ଉତ୍ସାହ ବୃଦ୍ଧି ହେବ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମିଥୁନ:-

ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ ।  ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

କର୍କଟ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ । କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ଅଳଙ୍କାର କ୍ରୟ କରି ପାରନ୍ତି ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କନ୍ୟା:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଚାକିରୀଜୀବିମାନଙ୍କର ପରିବର୍ତ୍ତନର ଝଲକ ଦୃଶ୍ୟହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।  ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-

ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ ।  ମାନସିକ ଏକାଗ୍ରତା ବଜାୟ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ସଫଳ ହେବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବାଦବିବାଦ ମାଲିମକଦ୍ଦମାର ଅବସାନ ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ମହିଳାମାନେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ପାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଗୁରୁଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । କର୍ମକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରିପାରିବେ ଓ ପ୍ରଚୁର ଅର୍ଥ ଲାଭହେବ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।  ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।  ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ ।  ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।