ଆଜିର ରାଶିଫଳ 2 ଅଗଷ୍ଟ 2019, ଶୁକ୍ରବାର, ଆଜିଠୁ ଏହି ୪ଟି ରାଶିର ଭାଗ୍ୟ ଖୋଲିବେ ଲକ୍ଷ୍ମୀନାରାୟଣ

ମେଷ:-

ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।  ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ ।

ବୃଷ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ଓ ସ୍ୱନାମ ଅର୍ଜନ କରିବେ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

ହୋଟେଲ, କଳାକାର, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ତେଲବ୍ୟବସାୟୀ ମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଲାଭହେବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ସମୟ ଆନନ୍ଦମୟ ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରି ଉଚ୍ଚପ୍ରଶଂସିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବିଦ୍ୟାରେ ଉନ୍ନତି କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଧିକ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ମହିଳାମାନଙ୍କର ଆକସ୍ମିକ ଅର୍ଥଲାଭହେବ । ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ ।  ପ୍ରତିକାର:-ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହି ପାରେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।