ଆଜିର ରାଶିଫଳ 2 ଏପ୍ରିଲ 2019, ମଙ୍ଗଳବାର – ହନୁମାନ ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ

କୌଣସି ନିକଟ ସମ୍ପର୍କୀୟ ଆଜି ଆପଣଙ୍କୁ ସହଯୋଗର ହାତ ବଢ଼େଇବେ । କୌଣସି ସମସ୍ୟାର ସମାଧାନ କରିବାକୁ ହେଲେ ଆପଣଙ୍କୁ ଆପଣଙ୍କର ଲୋକଙ୍କର ସାହାଯ୍ୟର ଦରକାର ପଡ଼ିପାରେ । ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ । ଆଜି ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟଗୁଡ଼ିକରେ ରୁଚି ରହିବାରୁ ସେହି କାର୍ଯ୍ୟଗୁଡ଼ିକ ପଛରେ ବ୍ୟସ୍ତତା ରହିବ ତଥା ତାଙ୍କ ପଛରେ ଖର୍ଚ୍ଚ ମଧ୍ୟ ହୋଇପାରେ । କୋର୍ଟ-କଚେରୀ ସମ୍ବନ୍ଧିତ କାର୍ଯ୍ୟ ଉପସ୍ଥିତ ହେବ । ବ୍ୟବସାୟ କାର୍ଯ୍ୟଗୁଡ଼ିକରେ ବିଘ୍ନ ଉପସ୍ଥିତ ହେବ । ସ୍ନେହୀଜନଙ୍କର ପ୍ରତିଷ୍ଠାରେ ହାନି ହେବ, ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ବୃଷ

ଆଜି ଆପଣଙ୍କର ହିଁ ଦିନ , କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ । ଏହି ଅବସରର ପୁରା ଲାଭ ଉଠାନ୍ତୁ । ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ । ଆଜି ସ୍ଵାସ୍ଥ୍ୟ ନରମ ରହିପାରେ । ବୈଚାରିକ ମତଭେଦ କାରଣରୁ ମାନସିକ ଚିନ୍ତା ରହିବ । ମଧ୍ୟାହ୍ନ ପରେ ଆପଣ ଶାରୀରିକ ଏବଂ ମାନସିକ ରୂପେ ଅନୁକୂଳତା ଅନୁଭବ କରିବେ । ଅଚାନକ ଧନପ୍ରାପ୍ତିର ଯୋଗ ଅଛି । ପ୍ରତିକାର- କ୍ଷୀରଗୁଡ଼ ପଣାକରି ବରଗଛ ମୂଳରେ ଢ଼ାଳନ୍ତୁ ।

ମିଥୁନ

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ । ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ , ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ । ଆଜିର ଦିନ ଆମୋଦ-ପ୍ରମୋଦରେ ବିତିବ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଖୁସି ଅନୁଭବ କରିବେ । ମିତ୍ର ଏବଂ ପରିଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନ ସ୍ଥଳକୁ ବୁଲିବାକୁଯାଇ ଆନନ୍ଦ ଉଠାଇ ପାରନ୍ତି । ପାରିବାରିକ କଳହର ଅବସର ନ ଆସୁ, ଏହାର ଧ୍ୟାନ ରଖିବେ । ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାମଣାରୁ ବଞ୍ଚନ୍ତୁ । ଯୋଗରେ ମନରେ ଉତ୍ପନ୍ନ ନକାରାତ୍ମକ ବିଚାର ଦୂର ହୋଇଯିବ | ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ

ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ । ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି । ଆଜି ଧାର୍ମିକ ଯାତ୍ରା ହୋଇପାରେ । ଆପଣ ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକୁ ଆଜି ସଂପନ୍ନ କରି ପାରିବେ । ଶାରୀରିକ ଏବଂ ମାନସିକ ସୁସ୍ଥତା ରହିବ, ଏହାଦ୍ୱାରା ଫୁର୍ତ୍ତି ଏବଂ ପ୍ରସନ୍ନତା ରହିବ । ପରିବାରରେ ମାଙ୍ଗଳିକ ପ୍ରସଙ୍ଗ ବନିବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ସିଂହ

ସାମାଜିକ ସମାରୋହକୁ ଆପଣ ସର୍ବଦା ମନେରଖିବେ । ଆଜି ଆପଣଙ୍କ ଘରେ ଲୋକମାନଙ୍କ ଗହଳି ଚ଼ହଳି ଲାଗିରହିବ । ବୋଧହୁଏ ସେମାନେ ଆପଣଙ୍କ ଘରେ ରହିପାରନ୍ତି । ତଥାପି ଆପଣଙ୍କ ଦିନଚ଼ର୍ଯ୍ୟାରେ ପରିବର୍ତ୍ତନ ହେବ । ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ | ବ୍ୟବସାୟ ଦୃଷ୍ଟିରେ ଆଜି ଆପଣଙ୍କପାଇଁ ଲାଭ ଦାୟୀ ଦିନ ଅଟେ । ଆପଣଙ୍କ କାର୍ଯ୍ୟ ସଫଳତାର କାରଣରୁ ଉପରିସ୍ଥ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ । ବ୍ୟବସାୟରେ ଉତ୍ଥାନର ମଧ୍ୟ ଯୋଗ ଅଛି । ପ୍ରତିକାର:-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ ।

କନ୍ୟା

ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ । ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ଶାରୀରିକ ରୂପରେ ଅସୁସ୍ଥ ରହିବାରୁ ଏବଂ କାର୍ଯ୍ୟରେ ସଫଳତା ପ୍ରାପ୍ତି କରିବାରେ ବିଳମ୍ବ ହେବାରୁ ଆପଣ ନିରାଶ ହୋଇପାରନ୍ତି । ଆଜି କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ । ଖାଦ୍ୟ-ପେୟରେ ଉଚିତ ଅନୁଚିତର ବିବେକ ରଖିବେ । ଆଜି କାର୍ଯ୍ୟଭାର ଅଧିକ ରହିବ । ସେଥିପାଇଁ ସୁସ୍ଥତା ରହିବ । ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା

କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି । ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ , ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜିର ଦିନ ପ୍ରତିକୂଳତାରେ ଭରା ରହିବ । ଶାରୀରିକ ଫୁର୍ତ୍ତିର ଆଜି ଅଭାବ ହୋଇପାରେ ଏବଂ ମାନସିକ ରୂପରେ ମଧ୍ୟ ଚିନ୍ତା ରହିପାରେ । ପତ୍ନୀଙ୍କ ସହିତ କଲହର ପ୍ରସଙ୍ଗ ବନିପାରେ ଅଥବା ମନମାଳିନ୍ୟ ହୋଇପାରେ, ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ ।

ବିଛା

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ । ଛାତ୍ରମାନେ ଅଧ୍ୟୟନରେ ଅଧିକ ଭାରାକ୍ରାନ୍ତ ହୋଇ କ୍ଳାନ୍ତି ଅନୁଭବ କରିବେ ଏବଂ ବିଶ୍ରାମ କରିବେ । ଆଜି ଦିନରେ ସାଂଗ ସାଥିମାନଙ୍କ ସହ ଭ୍ରମଣ କିମ୍ବା ଚାପାନ କରି ମାନସିକ କ୍ଳାନ୍ତି ମେଣ୍ଟାଇବେ । ଏହା ସ୍ୱାସ୍ଥ୍ୟ ପାଇଁ ଭଲ । ଆଜିର ଦିନ ଲାଭଦାୟୀ ଅଟେ । ଭାଗ୍ୟ ବହୁତ ସାଥୀ ଦେବ । ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପାଇଁ ଆଜି ଲାଭଦାୟୀ ଦିନ ଅଟେ । ମିତ୍ରମାନଙ୍କ ସହିତ ଭେଟ ହେବାରୁ ମନରେ ଆନନ୍ଦ ରହିବ । ତାଙ୍କ ସହିତ ଯାତ୍ରାର ଆୟୋଜନ ମଧ୍ୟ ହୋଇପାରେ । ନୂଆ କାର୍ଯ୍ୟର ଶୁଭାରମ୍ଭ ଆପଣଙ୍କ ପାଇଁ ଲାଭଦାୟୀ ରହିବ, ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ

ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ । ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ ।  ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ । ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି । ଆଜି ସୃଜନାତ୍ମକତା ଏବଂ କଳା ସମ୍ବନ୍ଧୀତ ପ୍ରବୃତ୍ତିଗୁଡ଼ିକ ପାଇଁ ଦିନ ଶ୍ରେଷ୍ଠ ଅଟେ । ବିଦ୍ୟାର୍ଥୀ ଅଭ୍ୟାସରେ ନିଜର ଭଲ ପ୍ରଦର୍ଶନ କରି ପାରିବେ । ସ୍ନେହୀଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତ ହେବ, ପ୍ରତିକାର:-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ ।

ମକର

ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ । ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ । ଆଜିର ଦିନ ଆନନ୍ଦରେ ବିତିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ । ସ୍ଵଜନମାନଙ୍କ ସହିତ ଆଜି ଭେଟ ହେବ । ମାନସିକ ରୂପରେ ପ୍ରସନ୍ନତା ବନି ରହିବ । ଧାର୍ମିକ ଯାତ୍ରାରେ ମନରେ ଆନନ୍ଦ ଅନୁଭବ କରିବେ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ

ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ , କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।  ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି । ଆପଣଙ୍କୁ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ପାଇଁ ପରାମର୍ଶ । ମାନସିକ ରୂପରେ ଅଣନିଶ୍ୱାସୀ ହେବାର କାରଣରୁ କୌଣସି କାର୍ଯ୍ୟରେ ଆପଣଙ୍କ ମନ ନ ଲାଗିପାରେ । ସ୍ଵାସ୍ଥ୍ୟ ମଧ୍ୟ କିଛିମାତ୍ରାରେ ଭଲ-ଖରାପ ରହିବ | କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି । ଅତ୍ୟଧିକ କାମର ବୋଝରେ ଆଳସ୍ୟ ଏବଂ ମାନସିକ ଅଣନିଶ୍ୱାସୀ ଲାଗିପାରେ । ପ୍ରତିକାର: ଗାଈକୁ କିଛି ଖୁଆନ୍ତୁ ।

ମୀନ

ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ । ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ । ବ୍ୟବସାୟରେ ଆଜିର ଦିନ ଲାଭ ହେବ । କାର୍ଯ୍ୟାଳୟ ସହିତ କାମ କରୁଥିବା ଲୋକଙ୍କର ସହଯୋଗ ମିଳିବ । ପରିଜନମାନେ ଆପଣଙ୍କ ସହିତ ଆଜି ଆନନ୍ଦ ପୂର୍ବକ ସମୟ ବିତାଇବେ । ମାନସିକ ରୂପରେ ମଧ୍ୟ ଆପଣ ସଂପୂର୍ଣ୍ଣ ସୁସ୍ଥ ଅନୁଭବ କରିବେ । ପ୍ରତିକାର- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।