ଆଜିର ରାଶିଫଳ, 2 ଏପ୍ରିଲ 2020, ଗୁରୁବାର, ମା ଲକ୍ଷ୍ମୀ ଆଜିଠୁ ୭ ଦିନ ଯାଏ ଏହି ୫ଟି ରାଶିର ସବୁ କାମ ପୂରଣ କରିବେ

୧-ମେଷ

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ । ମହିଳାମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ ।

୨-ବୃଷ

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ପ୍ରଶଂସା ପାଇବେ ।

୩-ମିଥୁନ

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଚାକିରୀ ଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ ।

୪-କର୍କଟ

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ । ମହିଳାମାନଙ୍କର ଉତ୍ସାହ ବୃଦ୍ଧି ଘଟିବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ । ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସହେବ ।

୫-ସିଂହ

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ମହିଳାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ ।

୬-କନ୍ୟା

ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ ।

୭-ତୁଳା

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ଛାତ୍ର-ଛାତ୍ରୀମାନେ ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

୮-ବିଚ୍ଛା

ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ଓ ଅଧିକ ଲାଭ କରିବେ । ଚାକିରୀଜୀବିମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

୯-ଧନୁ

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଚାକିରୀଜୀବିମାନେ, ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବେ । ମହିଳାମାନେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିରେ ମାଲିମୋକଦ୍ଦମାରେ କୂଟନୀତିର ଶୀକାର ହେବେ ଓ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ ।

୧୦-ମକର

କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

୧୧-କୁମ୍ଭ

ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭାପାଇବେ । ଚାକିରୀଜୀବିମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନଙ୍କର ଲୋକ ସମ୍ପର୍କରେ ଉନ୍ନତି ହେବ ।

୧୨-ମୀନ

ବ୍ୟବସାୟୀ ମାନଙ୍କର କଠିନ ପରିଶ୍ରମ ଫଳରେ ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ମହିଳାମାନଙ୍କର ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି ।