ଆଜିର ରାଶିଫଳ, 2 ଡିସେମ୍ବର 2018 ରବିବାର – ରାହୁ କେତୁ ହେଲେ ଏକାଠି ଏହି ୪ ରାଶିର ଭାଗ୍ୟ ଆଜିଠୁ ଖୋଲିବ

ମେଷ:-

ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ମିଳିବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବୃଷ:-

ଚିତ୍ତପ୍ରସନ୍ନ ରହିବ । କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ । ଦାମ୍ପତ୍ୟ ଜୀବନରେ ଅଶାନ୍ତି ସୃଷ୍ଟି ହେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ପ୍ରତିକାର– ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ–

କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ । ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ପ୍ରତିକାର– ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କର୍କଟ–

ନୂତନ କାର୍ଯ୍ୟରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ତିକ୍ତତାର ସମସ୍ୟା ଦୂରହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର– ଗାଈକୁ ଖାଇବାକୁ ଦିଅନ୍ତୁ ।

ସିଂହ–

କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା–

ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହାଇରଣରେ ପଡିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ପ୍ରତିକାର– ଗଙ୍ଗାଜଳ ସେବନ କରନ୍ତୁ ।

ତୁଳା–

ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପ୍ରତିକାର– କୁକୁରର ସେବା କରନ୍ତୁ ।

ବିଛା–

ପରିବାରର ସାହାଯ୍ୟରେ ଉପକୃତ ହେବେ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ ।

ଧନୁ–

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ମନ ଭଲ ରହିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ । ପରୋକ୍ଷ ଶତ୍ରୁତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ ।

ମକର–

ସାଙ୍ଗସାଥିମାନେ ସାହାଯ୍ୟ କରିବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ ।

କୁମ୍ଭ–

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ସୁଖଶାନ୍ତି ଫେରି ଆସିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର– ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ମୀନ-

କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।