ଆଜି ପବିତ୍ର ଗଣେଶ ଚତୁର୍ଥୀ, ଆଜିର ରାଶିଫଳ 2 ସେପ୍ଟେମ୍ବର 2019 ସୋମବାର, ବିଘ୍ନହର୍ତା ଗଣେଶ ଏହି ରାଶିମାନଙ୍କର ହରି ନେବେ ସବୁ ଦୁଃଖ

ମେଷ:-

ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶତୃମାନେ ଦୂର ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରୋଜଗାରରେ ଉନ୍ନତି ହେବ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ବ୍ୟବସାୟରେ ଉନ୍ନତି ହେବ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଧନର ଆଗମନ ହୋଇପାରେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରି ପାରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ସରକାରୀ କାମରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ସ୍ୱାସ୍ଥ୍ୟରେ ଉନ୍ନତି ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଟଙ୍କାର ଆବଶ୍ୟକତା ପୂରଣହେବ । ବକ୍ତବ୍ୟପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ । ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ଖର୍ଚ୍ଚର ଚିଠା ପ୍ରସ୍ତୁତ କରିବେ । ଧାର୍ମିକ କ୍ଷେତ୍ରରେ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଉଚ୍ଚ ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଭାଇମାନଙ୍କ ଠାରୁ ଲାଭ ମିଳିବ । ଶତୃ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ନୂଆ କାମ ନୂଆ ପ୍ରେରଣା ଦେବ । ସମସ୍ତ କ୍ଷେତ୍ରରେ ଜୟ-ଜୟକାର ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ସମସ୍ତ ପରିସ୍ଥିତି ସୁଧୁରି ଯାଇ ନୂତନ କାମରେ ମଧ୍ୟ ଉନ୍ନତି ହେବ । ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ସଫଳତା ପୂର୍ବକ ଆକସ୍ମିକ ଲାଭ ମିଳିପାରେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସରକାରୀ କ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରଭାବଶାଳି ବ୍ୟକ୍ତିଙ୍କ ସାହାଯ୍ୟରେ ସମ୍ପନ୍ନ ହେବ । ରାଜନୀତି କ୍ଷେତ୍ରରେ ଉତ୍ସାହବର୍ଦ୍ଧକ ସମାଚାର ପ୍ରାପ୍ତି ହେବ । ବହୁତ ଦିନର ଚିନ୍ତା ସମାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଦୌଡ-ଧୂପରେ ସୁଖ ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବା ଫଳରେ ମାନସିକ ଶାନ୍ତି ପାଇବେ । ସାମାନ୍ୟ ପରିଶ୍ରମ କଲେ ଅଧିକ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ । ପତ୍ନୀ, ସନ୍ତାନ ଓ ପରିବାର ସହ ଆଜି ସମୟ ବିତେଇବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଜନସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ସ୍ଵାସ୍ଥ୍ୟରେ ସୁଧାର ଆସିବା ଫଳରେ ପୁରାତନ ରୋଗରୁ ଉପସମ ମିଳିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ସବୁଥିରେ ସଫଳତା ମିଳିବା ଫଳରେ ଆତ୍ମକେନ୍ଦ୍ରିତ ହୋଇଯିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବାଣିଜ୍ୟ ବ୍ୟାପାର କାମପାଇଁ ବାହାରକୁ ଯିବାକୁ ପଡିପାରେ । କୌଣସି ମହିଳାଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ । ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ । ପ୍ରେମ-ପ୍ରସଙ୍ଗକୁ ସାମାଜିକ ମାନ୍ୟତା ମିଳିଯିବ । ପତି-ପତ୍ନୀଙ୍କ ମଧ୍ୟରେ କଳହ ସମାପ୍ତ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

କୌଣସି ଗନ୍ୟମାନ୍ୟ ବା ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପତି-ପତ୍ନୀଙ୍କ ମଧ୍ୟରେ ପ୍ରେମ ସାମଞ୍ଜସ୍ୟ ଠିକ୍ ରହିବ । ପରାକ୍ରମ ବଢିବ ଓ ଦେବଙ୍କ କୃପା ରହିବ । ନିଜର ତର୍କସଙ୍ଗତ ଢଙ୍ଗରେ ସମସ୍ତ ସମସ୍ୟା ସମାଧାନ କରିପାରିବେ । ମାନସିକ ଶାନ୍ତି ମିଳିବ, ବହୁତ ଦିନର ଚିନ୍ତା ଓ କଷ୍ଟ ଦୂର ହେବ । ଯେଉଁ କାମ ଆରମ୍ଭ କରିବେ ବାଧା-ବିଘ୍ନ ଦୂରହୋଇ ତାହା ସଂପୂର୍ଣ୍ଣ ହେବ । ସନ୍ତାନଙ୍କ ଦ୍ଵାରା କିଛି ଶୁଭ ସମାଚାର ଓ ସଂକେତ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହଯୋଗରେ ସମ୍ପନ୍ନ ହେବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।