ଆଜିର ରାଶିଫଳ 20 ଅଗଷ୍ଟ 2019, ମଙ୍ଗଳବାର, ହନୁମାନ ଙ୍କ କୃପାରୁ ଏହି ୩ଟି ରାଶିର ଭାଗ୍ୟ ଚମକିବ

ମେଷ:-

ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ । ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୌଣସି ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ ।  ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ ।   ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।  ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଗୃହପୋକରଣ କ୍ରୟ କରି ପାରନ୍ତି । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି ।  ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ ।   କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଆୟରସ୍ରୋତ ଖୋଲିଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ଓ ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ଘରୋଇ ସମସ୍ୟାର ସମାଧାନ ହେବା ସହ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ଓ  ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି, ବ୍ୟବସାୟରେ ଉନ୍ନତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମକର:-

ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବକେୟା ଅର୍ଥ କିଛି ମିଳିଗଲେ ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପରିବାରରେ ବ୍ୟୟବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ମହିଳା ମାନଙ୍କର ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟରେଉନ୍ନତି, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଧର୍ମକାର୍ଯ୍ୟରେ ମତି ରହିବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ପ୍ରଶଂସା ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ପାରିବାରିକ ଜୀବନ ସୁଖରେ କଟିବ ।  ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ମୀନ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଯୁବକ ଯୁବତୀମାନେ ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରି ପାରନ୍ତି । ରାଜନୀତିରେ ସଫଳତା ମିଳିବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ ।   ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।