ଆଜିର ରାଶିଫଳ 20 ଜୁଲାଇ 2019, ଶନିବାର, ଶନିଦେବ ଙ୍କ କୃପାରୁ ଏହି ୪ଟି ରାଶି ଧନ ଲାଭ କରିବେ ଓ ଦୁଃଖ ଦୂର ହେବ

ମେଷ:-

ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ । ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ । ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଧୀରେ-ଧୀରେ ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ । ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମହିଳା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ । ରାଜନୀତିରୁ ଲାଭ ମିଳିବ ।  ପ୍ରତିକାର-ତୁଲସୀ ମୂଳର ମାଟି ଚନ୍ଦନ ଧାରଣ କରନ୍ତୁ ।

ମିଥୁନ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।  ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କର୍କଟ:-

କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।  ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ । ନୂତନ ସମ୍ପତ୍ତି କ୍ରୟ କରିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ ।  ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ ।  ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ ।  ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍ । ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ । ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ  ପ୍ରଭାବିତ ହୋଇ ପାରନ୍ତି ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମକର:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଆୟରସ୍ରୋତ ଖୋଲିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ ।  ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କୁମ୍ଭ:-

ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । ନିଜଆଚାର  ବ୍ୟବହାରରେ ସନ୍ତୋଷ ଜନକ ହେବାଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ସମସ୍ୟା ସୁଧାରି ନେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଫଛଘୁଞ୍ଚା ଦେବେ । ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ।  ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ ।