ଆଜିର ରାଶିଫଳ, 20 ଡିସେମ୍ବର 2019, ଶନିବାର, ଶନିଦେବ ଙ୍କ କୃପାରୁ ଏହି ୫ଟି ରାଶି ଧନ ଲାଭ କରିବେ ଓ ଦୁଃଖ ଦୂର ହେବ

୧-ମେଷ

ସରକାରୀ କାମରେ ସଫଳତା ମିଳିବ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ । ଶତୃମାନେ ଦୂରେଇ ଯିବେ, ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବନ୍ଧୁଙ୍କ ଆଗମନ ହେବା ଫଳରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୨-ବୃଷ

ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍ । ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୩-ମିଥୁନ

ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଶତୃ ଓ ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ । ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । କୌଣସି ନୂଆ ଯୋଜନା ଆରମ୍ଭ କରିପାରିବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ । ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ ।

୫-ସିଂହ

ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ ଓ କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଶତୃଙ୍କ ସହିତ ମୁକାବିଲା କରିପାରିବେ । ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଅତ୍ୟଧିକ ଅର୍ଥ ବ୍ୟୟ କରି ପାରନ୍ତି । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୭-ତୁଳା

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପାରିବାରିକ ପରିସ୍ଥିତି ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢି ପାରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟରେ ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ପ୍ରତିକାର– ଆମିଷ ସେବନ କରନ୍ତୁ ନାହିଁ ।

୮-ବିଚ୍ଛା

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ । କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ । ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

୧୦-ମକର

ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍ । ପ୍ରତିକାର– ଗୋମାତାକୁ ଖାଇବାକୁ ଦେବେ ।

୧୧-କୁମ୍ଭ

ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ଓ ସମ୍ବନ୍ଧରେ ମଧୁରତା ଆସିବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।