ଆଜିର ରାଶିଫଳ, 20 ଡିସେମ୍ବର 2019, ଶୁକ୍ରବାର, ଆଜିଠୁ ହେବ ମହା ସଂଯୋଗ ଏହି ୩ଟି ରାଶିର ଭାଗ୍ୟ ଚମକି ଉଠିବ

୧-ମେଷ

ବ୍ୟାପାର କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସ୍ୱାସ୍ଥ୍ୟରେ ଊନ୍ନତି, ମାନସିକ ସ୍ଥିରତା ସତ୍ତ୍ୱେବି ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖି ପାରନ୍ତି । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ବନ୍ଧୁମିତ୍ରଙ୍କ ସାହାଯ୍ୟ ସହଯୋଗ ମିଳିବ । ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୨-ବୃଷ

ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି, ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବା ସହ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ପାରିବାରିକ କ୍ଷେତ୍ରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ ବାନ ହେବେ । ମନ ଓ ଶରୀର ଭଲ ରହି ନପାରେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୩-ମିଥୁନ

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ବିଜୟୀ ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ରାଜନୀତିରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

୪-କର୍କଟ

ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଉଦ୍ୟମ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ମିଳିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ରାଜନୀତିରେ ସରକାରୀ କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

୫-ସିଂହ

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇ ଯିବ । ରାଜନୀତିରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରି ପାରନ୍ତି । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ପୁରାତନ ରୋଗରୁ ଉପଶମ ମିଳିବା ଫଳରେ ଶରୀର ଭଲ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖା ଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ବ୍ୟବସାୟୀ ମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୭-ତୁଳା

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଆର୍ଥିକ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ ପ୍ରତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୮-ବିଚ୍ଛା

ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୯-ଧନୁ

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ବିଦେଶ ଯାତ୍ରାରେ ସଫଳ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୦-ମକର

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତି କ୍ଷେତ୍ରରେ ସୁବକ୍ତା, ଜନପ୍ରିୟ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଶତୃପକ୍ଷ ଦୁର୍ବଳ ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

୧୨-ମୀନ

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।