ଆଜିର ରାଶିଫଳ, 20 ସେପ୍ଟେମ୍ବର 2019 ଶୁକ୍ରବାର, ସାଇ ବାବା ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳା ମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବା ସହ ଆର୍ଥିକ ସାହାଯ୍ୟ ମିଳିବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କର୍କଟ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ ।  ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ଉନ୍ନତି କରିବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ସୁଖ ସମୃଦ୍ଧି ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ । ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶାଜନକ ଫଳପ୍ରାପ୍ତି ହେବ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ବିଦ୍ୟା କ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟ ପ୍ରାପ୍ତ ହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମକର:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଆର୍ଥିକ ମାମଲା ସୁଧୁରିଯିବ । ଶତୃଙ୍କ ସହିତ ମୁକାବିଲା କରିପାରିବେ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ ଓ ମନ ଶରୀର ଭଲ ରହିବ ।  ପାରିବାରିକ ଅଶାନ୍ତି ଦୂରେଇ ଯିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟା କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ବାକ୍ୟ ସଂଯମତା ରଖିଲେ ଭଲ ।  ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।