ଆଜିର ରାଶିଫଳ, 21 ଜାନୁୟାରୀ 2019, ସୋମବାର – ମହାଦେବ ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବିଦ୍ୟାର୍ଥୀଙ୍କର ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ । ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବୃଷ:-

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ । ଛାତ୍ର-ଛାତ୍ରୀମାନେ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ମିଥୁନ:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

ସିଂହ:-

ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।

ତୁଳା:-

ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

ବିଛା:-

ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ପରିବାରରେ ଶାନ୍ତି ଆସିବ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ମୁଖରୋଗ ଓ ପୁରାତନରୋଗ ପ୍ରକୋପରେ ଶରୀରକଷ୍ଟ ଭୋଗ କରିବେ । ସ୍ତ୍ରୀଙ୍କ ପାଇଁ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ବାଧା ଦେଖାଦେବ । ପ୍ରତିକାର- ମନ୍ଦିର ସାମ୍ନାରେ ସାଷ୍ଟାଙ୍ଗ ପ୍ରଣାମ କରନ୍ତୁ ।

ମକର:-

ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ଧନ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ:-

ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ଇଛାକରିଥିବା ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ । ପ୍ରତିକାର- ଗାଈକୁ କିଛି ଖାଦ୍ୟ ଦିଅନ୍ତୁ ।