ଆଜିର ରାଶିଫଳ 21 ଜୁଲାଇ 2019, ରବିବାର, ଆଜି ଏହି ୪ଟି ରାଶିର ସବୁ ଦୁଃଖ ଦୂର କରିବେ ସୂର୍ଯ୍ୟଦେବ, ସବୁ କାମ ରେ ଖୁସି ମିଳିବ

ମେଷ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ବିଦ୍ୟୁତ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମହିଳାମାନେ ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର :- ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ ଚେଷ୍ଟା କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ି ପାରେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ଧନୁ:-

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ ।

ମକର:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ । ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।