ଆଜିର ରାଶିଫଳ 22 ଅଗଷ୍ଟ 2019, ଗୁରୁବାର, ଆଜି ମା ଲକ୍ଷ୍ମୀ ଏହି ୩ଟି ରାଶିର ଭାଗ୍ୟ ଖୋଲିବେ

ମେଷ:–

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।  ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ ।  ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:–

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:–

ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ମହିଳାମାନେ କୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ । କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

କର୍କଟ:–

କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ । ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତା ମଧ୍ୟ ହେବେ । ବ୍ୟବସାୟରେ  ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ ।  ପ୍ରତିକାର- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ସିଂହ:–

ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ । ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ । ଆୟ ବ୍ୟୟ ସମାନ ରହିବ । ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ । କୃଷିକର୍ମରେ ପରିଶ୍ରମ ଫଳରେ ଆଶାନୁରୂପ ଲାଭ ହେବ । ଶରୀରପୀଡ଼ା କଷ୍ଟକର ହେବ ।  ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:–

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।  ପରିବାରରେ ଅଶାନ୍ତିର ଝଡ ଶାନ୍ତ ହୋଇ ସୁସ୍ଥ ବାତାବରଣ ଜାରି ରହିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି ।  ପ୍ରତିକାର- ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ ।

ତୁଳା:–

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ । ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ମହିଳାମାନଙ୍କର ଦାମ୍ପତ୍ୟ ସୁଖ ବୃଦ୍ଧିହେବ ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।  କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ଲାଭ ଆପଣଙ୍କ ପଛେ ପଛେ ଗୋଡ଼ାଇବ ଓ ଧନଧାନ୍ୟରେ ଗୃହ ଭରପୁର ହୋଇଉଠିବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ନିଜେ ଗାଡ଼ି ଚଳାଉ ଥିଲେ ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ ।  ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । କଳା, ସାହିତ୍ୟ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଖବର ଅଚାନକ ଭାବରେ ଶୁଣି ଖୁସି ହେବେ । ନିକଟ ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ । ଚାକିରୀରେ ଯଶ ସମ୍ମାନ ଓ ସୁଖ୍ୟାତି ମିଳିବ । ଛାତ୍ରଛାତ୍ରୀମାନେ ସାହିତ୍ୟ ସସ୍କୃତି ଆଦି ଚର୍ଚ୍ଚା କରିବେ । ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କୁମ୍ଭ:-

ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ ।  ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।