ଆଜିର ରାଶିଫଳ, 22 ଜାନୁୟାରୀ 2019, ମଙ୍ଗଳବାର – ଏହି ୪ଟି ରାଶି ଉପରେ ବଜରଙ୍ଗବାଲିଙ୍କ କୃପା ରହିବ

ମେଷ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ

ବୃଷ:-

ବ୍ୟବସାୟରେ ଉନ୍ନତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚ ଶିକ୍ଷା ଲାଭ କରିବେ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସରକାରୀ କାମରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମିଥୁନ:–

ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

କର୍କଟ:-

ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଜିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ନୂତନ କର୍ମପ୍ରାପ୍ତି ପାଇଁ ଚେଷ୍ଟା କରିବେ । ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନଙ୍କର ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଛାତ୍ର-ଛାତ୍ରୀମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ ।

ତୁଳା:-

କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିର । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବିଛା:-
କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନୂତନ କାର୍ଯ୍ୟରମ୍ଭ କରିପାରିବେ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ସରକାରୀ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଅଶାନ୍ତି ସୃଷ୍ଟି ହେବ । ମହିଳାମାନେ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ । ଛାତ୍ର-ଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିବେ । କୌଣସି କାମ ପ୍ରତି ମନ ଲାଗିବ ନାହିଁ । ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

କୁମ୍ଭ:-

ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଅସହାୟ ମାନଙ୍କୁ ସାହାଯ୍ୟ କରନ୍ତୁ ।