ଆଜିର ରାଶିଫଳ, 22 ନଭେମ୍ବର 2019 ଶୁକ୍ରବାର, ରାହୁ କେତୁଙ୍କ ପରିବର୍ତନ ଦ୍ୱାରା ଏହି ୩ଟି ରାଶି ହେବେ ମାଲାମାଲ

୧-ମେଷ

ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ ।

୨-ବୃଷ

ବ୍ୟବସାୟୀମାନେ ବେଶି ଲାଭବାନ ହେବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ରାଜନୀତି କ୍ଷେତ୍ରରେ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ପ୍ରଶଂସା ପାଇବେ ଓ ସାକ୍ଷାତ୍କାରରେ ବିଜୟୀହେବେ ।

୩-ମିଥୁନ

ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତିରେ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

୪-କର୍କଟ

ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନ ମନାନ୍ତର ମେଣ୍ଟିଯିବ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ । ଆର୍ଥିକ ସହାୟତା ପାଇ ପ୍ରିୟବନ୍ଧୁଙ୍କୁ ସାହାଯ୍ୟ କରିବେ ।

୫-ସିଂହ

ନୂଆଲକ୍ଷ ନିର୍ଦ୍ଧାରିତ କରି ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ।

୬-କନ୍ୟା

ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକ କ୍ଷେତ୍ରରେ ସମସ୍ଯା ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ ଓ ପୂର୍ବ ଶତ୍ରୁତାର ଅବସାନ ଘଟିବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ ।

୭-ତୁଳା

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ ।

୮-ବିଚ୍ଛା

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ । ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ମହିଳାମାନଙ୍କର ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ଶତୃପକ୍ଷ ଦୁର୍ବଳ ହୋଇଯିବେ ।

୯-ଧନୁ

ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ ।

୧୦-ମକର

ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

୧୧-କୁମ୍ଭ

ବ୍ୟବସାୟରେ ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ରାଜନୈତିକ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

୧୨-ମୀନ

କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂତନ ସଂସ୍ଥାର ଆୟୋଜନ ନକରିବା ଉଚିତ୍ । ରାଜନୀତିରେ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପରିବାରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ ।