ଆଜିର ରାଶିଫଳ, 22 ମାର୍ଚ୍ଚ 2020, ରବିବାର, ଆଜିଠୁ ସୂର୍ଯ୍ୟଦେବ ଏହି ୫ଟି ରାଶି ଉପରେ ନିଜର ସବୁ ଶକ୍ତି ଦେବେ

୧-ମେଷ

ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ମଥାନତ କରିବେ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବ୍ୟବସାୟରେ ସାମାନ୍ୟ ଲାଭ । କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ । କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ ।

୨-ବୃଷ

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।

୩-ମିଥୁନ

କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।

୪-କର୍କଟ

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ ।

୫-ସିଂହ

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ ।

୬-କନ୍ୟା

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ ।

୭-ତୁଳା

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ ।

୮-ବିଚ୍ଛା

ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ ।

୯-ଧନୁ

ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ ।

୧୦-ମକର

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ ।

୧୧-କୁମ୍ଭ

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ ।

୧୨-ମୀନ

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ ।