ଆଜିର ରାଶିଫଳ, 22 ସେପ୍ଟେମ୍ବର 2019 ରବିବାର, ସୂର୍ଯ୍ୟ ଦେବଙ୍କ କୃପା ରହିବ ଏହି ୫ଟି ରାଶି ଉପରେ

ମେଷ:-

ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ମହିଳାମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ରାଜନୀତି ରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଉଚ୍ଚଆଶା ସଫଳ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ନୂତନ ନିଯୁକ୍ତିର ସୁଯୋଗ ପାଇବେ ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କର୍କଟ:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପାଠପଢ଼ାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ସିଂହ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ତୁଳା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ହେବ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ।   କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମକର:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ:-

ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ । ପାରିବାରିକ ଜୀବନ ସୁଖମୟ ହେବ ।  ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।