ଆଜିର ରାଶିଫଳ 23 ଜୁଲାଇ 2019, ମଙ୍ଗଳବାର, ହନୁମାନ ଆଜିଠୁ ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

ମେଷ:-

ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ମାଲିମକଦ୍ଦମାର ଅବସାନ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସରକାରୀ କାମରେ ସଫଳତା ପାଇବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇ ପାରେ । ପରିବାରର ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ । ରାଜନୀତି କ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଅଚାନକ ଭାବରେ ଦୂରଯାତ୍ରା କରି କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି ବ୍ୟବସାୟ କରିଲେ ଲାଭବାନ ହେବେ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ । ମହିଳାମାନେ ବନ୍ଧୁଙ୍କ ସହ ସମୟ ବିତେଇବେ ଓ ଦାମ୍ପତ୍ୟ ସୁଖରେ ସଫଳତା ଅର୍ଜନ କରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ ।  ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ ହେବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-

ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ମହିଳାମାନେ ସୁଖ ଶାନ୍ତିରେ ଦିନଟି କଟାଇବେ ଓ ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡି ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ଧନ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ ।  ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ ।  ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ମହିଳାମାନେ ହସ ଖୁସିରେ ଚଳିବେ । ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କୋର୍ଟ-କଚେରୀ ଥାନା ଫାଣ୍ଡିମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ନୂଆ ଚାକିରୀରେ ଯୋଗ ଦେଇପାରନ୍ତି । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମକର:-

ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । କର୍ମ କ୍ଷେତ୍ରରେ ପଦୋନ୍ନତିର ସମ୍ଭାବନା ରହିଛି । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍ । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।