ଆଜିର ରାଶିଫଳ, 23 ଡିସେମ୍ବର 2018 ରବିବାର – ଏହି ୪ ରାଶି ଉପରେ ଲକ୍ଷ୍ମୀ ପ୍ରସନ ହେବେ

ମେଷ:–

ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତା ମଧ୍ୟ ହେବେ । ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ପ୍ରଚୁର ହେବ । ବ୍ୟବସାୟରେ ଆୟ ବ୍ୟୟ ସମାନ ହେବ । ଚାକିରୀ କ୍ଷେତ୍ରରେ ହାତେମାପି ଚାଖଣ୍ଡେ ଚଳିବା ଦରକାର । ଖଳପ୍ରକୃତିର ଲୋକ ବିରୁଦ୍ଧରେ ଲାଗିବେ । କୃଷିକ୍ଷେତ୍ରରେ ଯଥା ତଥାଭାବ ଆସିବ । ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ । ରାଜନୀତି କ୍ଷେତ୍ରରେ ମତାମତ ସଂଗ୍ରହ କରିବେ ଓ ପଦୋନ୍ନତି ହେବାର ସମ୍ଭାବନା ଅଛି । ଶରୀରପୀଡ଼ା ଅତିକଷ୍ଟକର ହେବ । ପାରିବାରିକ କ୍ଷେତ୍ରରେ କିଛି ହରାଇ ମନ ବିଚଳିତ ହେବ । ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ବୃଷ:–

ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ । କୃଷିକର୍ମରେ ପରିଶ୍ରମ ଫଳରେ ଆଶାନୁରୂପ ଲାଭ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ମହିଳାମାନେ ପରିବାର ମଧ୍ୟରେ ବାତ୍ସଲ୍ୟ ମମତାରେ ଆବଦ୍ଧ ରହିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ ।

ମିଥୁନ:–

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଶାନ୍ତିର ଝଡ ଶାନ୍ତ ହେବ । ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଯୁବକ ଯୁବତୀମାନଙ୍କର ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କର୍କଟ:–

ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ କିନ୍ତୁ ଚିନ୍ତାଧାରା ପୂର୍ଣ୍ଣମାତ୍ରାରେ ଘାରି ରହିବ । ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ଛାତ୍ରଛାତ୍ରୀମାନେ ଧୈର୍ଯ୍ୟଶୀଳ ହେବେ । ମହିଳାମାନେ ଭକ୍ତିକାମନା ଓ ସ୍ୱାମୀ ସେବିକା ହେବେ ଓ ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଯୁବକ ଯୁବତୀମାନଙ୍କର କର୍ମରେ ସମ୍ମାନ ଓ ସନ୍ତୋଷ ସୃଷ୍ଟି ହେବ । ପ୍ରେମିକ ପ୍ରେମିକା ମାନଙ୍କର ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ସିଂହ:–

ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡିପାରେ । ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ ହେବ । ଚାକିରୀରେ କେତେକ ସ୍ଥଳରେ ବିବାଦ ଘଟିବା ଯୋଗେ ସମ୍ମାନ ଓ ଅପମାନ ପାଇବେ । କୃଷିକ୍ଷେତ୍ରରେ ସ୍ୱଳ୍ପ ଲାଭଜନକ ଫଳ ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ମହିଳାମାନେ କୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦରକାର ନତୁବା ପ୍ରତ୍ୟେକ କ୍ଷେତ୍ରରେ ପରିହାସ ମୂଳକ ହେବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କନ୍ୟା:–

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ । ମହିଳାମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଯୁବକ ଯୁବତୀମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ତୁଳା:–

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ ।

ବିଛା:–

ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ । ଧନଲାଭ କରିବାର ଆଶା ଦେଖାଯାଏ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଚାକିରୀକ୍ଷେତ୍ରରେ ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ । ସ୍ୱାସ୍ଥ୍ୟ ସଙ୍କଟ ଦୂରେଇଯିବ ଓ ଧନ ସମ୍ପତିରେ ଘର ହସି ଉଠିବ ଏବଂଉଚ୍ଚଆଶା ସଫଳ ହେବ । ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:–

ଚାକିରୀକ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ । କିଣାବିକା ବ୍ୟବସାୟରେ ଲାଭ ହେବ କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି । ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ କିନ୍ତୁ ଧୈର୍ଯ୍ୟଧରି ବାଣିଜ୍ୟ ନକଲେ ହତାଶ ହୋଇ ମୁଣ୍ଡରେ ହାତଦେଇ ବସିବେ । କୌଣସି ହିଂସ୍ରଜନ୍ତୁଙ୍କ ଦ୍ଵାରା ଆଘାତ ବା ମାନମର୍ଯ୍ୟାଦା ଉପରେ ଆଘାତ ଉପସ୍ଥିତ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ କିନ୍ତୁ ଦୁଷ୍ଟ ପ୍ରକୃତିର ଲୋକ ହାବୁଡ଼ରେ ପଡି ଧନ ବ୍ୟୟ କରିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପଥ ପଦ୍ଧରେ ମନଯୋଗ ଦେବେ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ମକର:–

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ । କୃଷିଜୀବିମାନେ କଷ୍ଟ କଲେ ଭଲ ଫଳ ପାଇବେ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:–

ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କେତେକ ସ୍ଥାନରେ ଦୈବ ଦୁର୍ଘଟଣା ଯୋଗେ ଭାଗ ନେବେ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । ଧର୍ମକାର୍ଯ୍ୟକୁ ମନ ବଳାଇଲେ ଯୋଗ ଦେଇପାରିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ମୀନ:–

କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ଓ ସନ୍ତୋଷ ଜନକ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । ପ୍ରତିକାର-ଛୋଟପିଲାକୁ ଚକୋଲେଟ୍‌ ଦିଅନ୍ତୁ ।