ଆଜିର ରାଶିଫଳ, 23 ନଭେମ୍ବର 2019 ଶନିବାର, ଶନି ଦେବ ଙ୍କ କୃପାରୁ ଏହି ୫ଟି ରାଶିର ଶୁଭ ଦିନ ଆରମ୍ଭ ହେବ

୧-ମେଷ

ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।

୨-ବୃଷ

ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ପଡିପାରେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।

୩-ମିଥୁନ

କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ରାଜନୀତିରେ କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ।

୪-କର୍କଟ

ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ରାଜନୈତିକ କ୍ଷେତ୍ରରେ ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । କଳା, ସଙ୍ଗୀତ, ପରୀକ୍ଷା, ପ୍ରତିଯୋଗିତାରେ ସୁନାମ ଅର୍ଜନ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ।

୫-ସିଂହ

ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।

୬-କନ୍ୟା

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ହେବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ରାଜନୀତି କ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ।

୭-ତୁଳା

ରାଜନୀତିରେ ସଫଳତା ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ଅନୁଭବ କରିବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଶତୃମାନେ ମଥାନତ କରିବେ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହୋଇପାରେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ ।

୮-ବିଚ୍ଛା

ବାକିଥିବା ଅର୍ଥ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ନିଜ ପରିଶ୍ରମରେ ସଫଳତା ପାଇବେ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର ଓ ପରିବାର ପାଇଁ ଚିନ୍ତାର କାରଣ ହେବ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ ।

୯-ଧନୁ

ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ ।

୧୦-ମକର

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସରକାରୀ କାମରେ ସଫଳତା ପାଇବେ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ ।

୧୧-କୁମ୍ଭ

ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ଅର୍ଥ ଲାଭ କରିବେ । ପାରିବାରିକ ଜୀବନରେ ସୁଧାର ହେବ । ରାଜନୈତିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ ।

୧୨-ମୀନ

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।