ଆଜିର ରାଶିଫଳ, 23 ସେପ୍ଟେମ୍ବର 2019 ସୋମବାର, ମହାଦେବ ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ । ନିଜଲୋକଙ୍କ ସହଯୋଗରେ ଆଗକୁ ବଢିପାରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ମହିଳାମାନେ ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-

ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ସନ୍ତୋଷ ଦେଖାଦେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ । ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ମନରେଥିବା କାମନା ପୂର୍ଣ୍ଣ ହେବ । ନୂତନ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଶୁଭ ସୂଚନା ପାଇ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରି ପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ ।  ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ । ରାଜନୀତିରେ ଶୁଭ ସମାଚାର ମିଳି ପାରେ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ।  ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ଅପେକ୍ଷା କରନ୍ତୁ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ତୁଳା:-

ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ କିନ୍ତୁ ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରି ପାରନ୍ତି ।  ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ସମସ୍ତ ଚିନ୍ତାରୁ ମୁକ୍ତି ହୋଇ ମାନସିକ ଶାନ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବକେୟା ଅର୍ଥ କିଛି ମିଳିବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବିଦ୍ୟାରେ ଉନ୍ନତି କରିବେ ।  ପ୍ରତିକାର- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି କରିବେ । ବନ୍ଧୁଙ୍କ ଆଗମନ ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।  ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

କୁମ୍ଭ:-

ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । କର୍ମପ୍ରତି ଉତ୍ସାହ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।