ଆଜିର ରାଶିଫଳ 24 ଜୁଲାଇ 2019, ବୁଧବାର, ହନୁମାନ ଆଜିଠୁ ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

ମେଷ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଭାଇମାନଙ୍କ ଠାରୁ ଲାଭ ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ମାଲିମୋକଦ୍ଦମାରେ ମୁଣ୍ଡଉଚ୍ଚ ରହିବ ।  ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବୃଷ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

କର୍କଟ:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ସିଂହ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରି ପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ ।  ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

କନ୍ୟା:-

ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ ।  ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନୂତନ ସମ୍ପତି କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ ଓ ମନ ଖୁସିହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।  ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମକର:-

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।  ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କୁମ୍ଭ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।