ଆଜିର ରାଶିଫଳ, 24 ଡିସେମ୍ବର 2019, ମଙ୍ଗଳବାର, ମା ମଙ୍ଗଳା ଆଜି ଏହି ୫ ରାଶିର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୨-ବୃଷ

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୪-କର୍କଟ

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର–ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

୫-ସିଂହ

ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ସେୟାର ବଜାରରେ ମୁନାଫା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୬-କନ୍ୟା

ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

୭-ତୁଳା

ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

୮-ବିଚ୍ଛା

ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୯-ଧନୁ

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୦-ମକର

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର–ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

୧୧-କୁମ୍ଭ

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୧୨-ମୀନ

ସ୍ୱାସ୍ଥ୍ୟରେ ସାମାନ୍ଯ ଉନ୍ନତି ପରିଲକ୍ଷିତ ହୋଇ ପାରେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସରକାରୀ କାମରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।