ଆଜିର ରାଶିଫଳ, 24 ସେପ୍ଟେମ୍ବର 2019 ମଙ୍ଗଳବାର, ହନୁମାନ ଙ୍କ ବିଶେଷ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ:-

କାରବାରରେ ସୁଧାର ଆସିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ବୃଷ:–

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରି ବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଖେଳ, କୁଦ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଆର୍ଥିକ ସ୍ଥିତି ସୁଧୁରିଯିବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ତୁଳା:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଶତୃମାନେ ପରାଜିତ ହେବେ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପରୀକ୍ଷାରେ ସଫଳ ହେବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂତନ କର୍ମ ପ୍ରାପ୍ତି ହେବାର ସୂଚନା ପାଇବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭ ସମ୍ବାଦ ପାଇ ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ ।  ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ମକର:-

ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ସହ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି, ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ମାନସିକ ଅଶାନ୍ତି ଦୂର ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।