ଆଜିର ରାଶିଫଳ 25 ଜୁଲାଇ 2019, ଗୁରୁବାର, ଆଜି ମହାଲକ୍ଷ୍ମୀ ଏହି ୪ଟି ରାଶିର ଭାଗ୍ୟ ଖୋଲିବେ

ମେଷ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତିରେ ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ ଓ ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବୃଷ:-

ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ସେୟାର ବଜାରରେ ମୁନାଫା ମିଳିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ ।  ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ମିଥୁନ:-

ନିର୍ମାଣ କ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ । ମହିଳାମାନେ ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ । ରାଜନୀତିକ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

କର୍କଟ:-

ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ରାଜନୀତିରେ ଲୋକସମ୍ପର୍କ ବଢ଼ିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମ୍ବାଦିକ ମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ ।  ପ୍ରତିକାର:- ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ସିଂହ:-

ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ । ମିତ୍ରମାନଙ୍କଦ୍ୱାରା ଅନେକକାର୍ଯ୍ୟରେ ଓ ବ୍ୟବସାୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ନିଜେ ଅସୁବିଧାରେ ପଡ଼ିବେ । ମହିଳାମାନଙ୍କର ମାନସିକସ୍ଥିତି ଭଲ ରହିଲେବି ଶରୀର ଅସୁସ୍ଥ ରହିପାରେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ।  ପ୍ରତିକାର- ନୀଳରୁମାଲ ପାଖରେ ରଖନ୍ତୁ ।

କନ୍ୟା:-

ପନିପରିବା ଚାଷି ଓ ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷାକରି ସମସ୍ୟାକୁ ସଜାଡି ଦେବେ । ପାରିବାରିକ କ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ମହିଳାମାନେ ପିଲାମାନଙ୍କ ବିଷୟରେ ଚିନ୍ତା କରି ଖୁସି ରହିବେ । ରାଜନୀତିରେ ପ୍ରଶଂସିତ ହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ ।  ପ୍ରତିକାର:-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସରକାରୀ ସାହାଯ୍ୟ ମିଳିପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ । ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମକର:-

ଆୟ ଉପାର୍ଜନ ବୃଦ୍ଧି ହେବ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତିରେ ନିଜଲୋକମାନେ ବା ଦୂରେଇ ଯାଇଥିବା ସହକର୍ମୀ ମାନେ ପ୍ରସଂଶା କରିବେ । ମହିଳାମାନେ ଯାତ୍ରାରେ ବିଶେଷ ଲାଭାନ୍ୱିତ ହୋଇ ମାନସିକ ଶାନ୍ତି ଅନୁଭବ କରିବେ । ବିଦ୍ୟାରେଉନ୍ନତି ପାଇଁ ସମୟ ଉପଯୁକ୍ତ ଅଟେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ । ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ । ଖେଳରେ ବିଜୟୀ ହେବେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ନୂଆ ନିଯୁକ୍ତିର ସୁଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦୁଃଖୀ ଲୋକଙ୍କୁ ସାହାରାହେବେ ବା ସାହାଯ୍ୟ କରିବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟାରେଉନ୍ନତି ଓ ମାନସିକ ଶାନ୍ତି ଅନୁଭବ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ମୀନ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମରେ ସ୍ଥିରତା ଆସିବ । ରାଜନୀତିରେ ଯାତ୍ରାରେ ସମୟ କଟିବ ଓ ଲାଭ ପାଇ ପ୍ରସଂଶିତ ହେବେ । ବିଦ୍ୟାକ୍ଷେତ୍ରରେଧୈର୍ଯ୍ୟ ଓ ସଂଯମ ରଖି ବିଶେଷ ଲାଭାନ୍ୱିତ ହେବେ । କୃଷିରେ ଉନ୍ନତି ଫଳରେ ମନସନ୍ତୁଷ୍ଟ ରହିବ । ଖେଳରେ ବିଜୟୀ ହେବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବନ୍ଧୁ ଭେଟ ହେବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।