ଆଜିର ରାଶିଫଳ, 25 ନଭେମ୍ବର 2018 ରବିବାର – ସୂର୍ଯ୍ୟଙ୍କର ହେଲା ମହାସଂଯୋଗ ଏହି ୪ଟି ରାଶି ର ସବୁ ଇଚ୍ଛା ପୁରାଣ ହେବ

ମେଷ:-

ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ । ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ହେବ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟ ହାନୀ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ସୃଷ୍ଟି ହେବ । ପ୍ରତିକାର–ଗୁଡରୁଟି ଗାଈକୁ ଖାଇବାକୁ ଦେବେ ।

ବୃଷ:-

ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

ମିଥୁନ:-

ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର– ପିଲାଙ୍କୁ ମିଠା ଖାଇବାକୁ ଦେବେ ।

କର୍କଟ:-

ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ଶତୃମାନେ ଦୂର ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଆଜି ରୋଜଗାରରେ ଉନ୍ନତି ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଜନସମ୍ପର୍କ ସୁଦୃଢ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ପ୍ରତିକାର–ହନୁମାନ ମନ୍ଦିରରେ ଲଡୁ ଭୋଗକରି ବାଣ୍ଟନ୍ତୁ ।

ସିଂହ:-

ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ ।

କନ୍ୟା:-

ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ । ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ ।

ବିଛା:-

ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରତିକାର–ହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ ।

ଧନୁ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର–ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ମକର:-

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:- ଅସହାୟକୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ସରକାରୀ କାମରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରତିକାର– ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ ।

ମୀନ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି,ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ ।