ଆଜିର ରାଶିଫଳ, 25 ନଭେମ୍ବର 2019 ସୋମବାର, ଏହି ୩ଟି ରାଶି ଉପରେ ମହାଦେବ ଙ୍କ କୃପା ବର୍ଷିବ

୧-ମେଷ

କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଅନ୍ୟର ଉପକାର କରି ପ୍ରଶଂସା ପାଇବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।

୨-ବୃଷ

ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ ।

୩-ମିଥୁନ

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।

୪-କର୍କଟ

ନ୍ୟାୟ ମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କର୍ମ କ୍ଷେତ୍ରରେ ଉନ୍ନତି କରି ପାରିବେ ।

୫-ସିଂହ

ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମନ ଓ ଶରୀର ଭଲ ରହି ନପାରେ । ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । କୃଷି ଜାତଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ ।

୬-କନ୍ୟା

ବ୍ୟବସାୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ଓ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ ।

୭-ତୁଳା

ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ଦୂରେଇ ଯିବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରିଉଚ୍ଚ ପ୍ରଶଂସିତ ହେବେ । ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ ।

୮-ବିଚ୍ଛା

ନୂତନ ଦ୍ରବ୍ୟ କ୍ରୟ କରିବେ । ଯଶମାନ ପ୍ରତିଷ୍ଠା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ ।

୯-ଧନୁ

ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ହରାଇଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।

୧୦-ମକର

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରବାସ ଯାତ୍ରାରେ ଲାଭବାନ ହେବେ ।

୧୧-କୁମ୍ଭ

ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ମାଲିମୋକଦ୍ଦମାରେ କୂଟନୀତିର ଶିକାର ହୋଇ ପାରନ୍ତି । ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ ।

୧୨-ମୀନ

ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ହରାଇଥିବା ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ ଓ ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ । ଅଧାଥିବା କାର୍ଯ୍ୟ ପୂରଣ ହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ପ୍ରଶଂସିତ ହେବେ । ନୂଆ କାମ ନୂଆ ପ୍ରେରଣା ଦେବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ ।