ଆଜିର ରାଶିଫଳ, 25 ସେପ୍ଟେମ୍ବର 2019 ବୁଧବାର, ମା ଦୁର୍ଗା ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂତନ କାର୍ଯ୍ୟରମ୍ଭ କରିପାରିବେ ।  ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ବୃଷ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ସାମାଜିକ ପତିଆରା ଅମଳିନ ରହିବ । ବୁଝାମଣା ଠିକ୍ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ

ମିଥୁନ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ପୁରାତନରୋଗରୁ ଉପଶମ ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ମହିଳାମାନଙ୍କର ଉନ୍ନତି ହେବ ଓ ମନ ଖୁସି ରହିବ । କେହି କୌଣସି କ୍ଷତି କରିପାରିବେ ନାହିଁ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ତଥା ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ । ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ରାଜନୀତିରେ ଲୋକସମ୍ପର୍କ ବଢ଼ିବ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ । ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହ ଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ ।  ପ୍ରତିକାର:- କୁକୁରକୁ କୁଆଙ୍କୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯିବ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ:-

ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ । ମହିଳାମାନଙ୍କ ସଫଳତାରେ ଖୁସିହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।