ଆଜିର ରାଶିଫଳ 26 ଅଗଷ୍ଟ 2019, ସୋମବାର, ମହାଦେବ ଙ୍କ କୃପା ଦୃଷ୍ଟି ରୁ ଏହି ୪ଟି ରାଶିର ସବୁ କାର୍ଯ୍ୟ ସିଦ୍ଧ ହେବ

ମେଷ:-

ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶୁଭ ସମ୍ବାଦପାଇ ଖୁସିହେବେ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ଆୟ ଅଧିକହେବ । ଦେହମନ ଭଲ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରାଜନୀତିରେ ଉଚ୍ଚପ୍ରଶଂସିତ ଓ ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢ଼ିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସ୍ୱାସ୍ଥ୍ୟ ଠିକ୍ ରହିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକହେବା ଫଳରେ ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧିହେବ । ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଦେଖାଦେଲେ ମଧ୍ୟ ଆୟ ବଢ଼ିବ । କୃଷିଜୀବିମାନଙ୍କର ସମସ୍ତ ସମସ୍ୟା ଦୂର ହୋଇ ସୁଖ-ଶାନ୍ତିରେ ଦିନଟି କାଟିବେ । ଯେକୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ରାଜନୀତି କ୍ଷେତ୍ରରେ ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ, ମାଳିମକଦ୍ଦମାରେ ଜୟ, ଦମ୍ଭସାହାସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣକରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ସମ୍ମାନ ପାଇବେ । ପନିପରିବା ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ଗୃହପାଳିତ ପଶୁ ଓ ଯାନ ବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପୂର୍ବଶତ୍ରୁମାନେ ପଛଘୁଞ୍ଚା ଦେବେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦେହପୀଡ଼ା, ଅଶାନ୍ତି, ଅର୍ଥସଙ୍କଟ ଦୂରେଇଯିବ । ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖାଦେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରରେ ବନ୍ଧୁଲାଭ ଓ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ରାଜନୀତିରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । କୃଷିଜିବୀମାନଙ୍କର ମାଲିମୋକଦ୍ଦମାରେ ଜୟ ହେବ ଓ ହସଖୁସିରେ ସମୟ ବିତିବ । ନୂତନ ସଂସ୍ଥାର ଆୟୋଜନ କରିବେ । ମହିଳାମାନେ ଜାଗାଜମି, ଗୃହ ଉପକରଣ, ଯାନ ବାହାନ କ୍ରୟ କରିବା ପାଇଁ ମନ ବଳେଇବେ । ଛାତ୍ର ଛାତ୍ରୀମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ସିଂହ:-

କର୍ମକ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସମସ୍ତ କାର୍ଯ୍ୟରେ ସିଦ୍ଧି, ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣ ପ୍ରାପ୍ତି, କର୍ମତତ୍ପର,   ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ, ମିଷ୍ଠାନ୍ନଭୋଜନ, ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତିହେବ । କୃଷିଜୀବିମାନେ ସାମାନ୍ୟ ଚେଷ୍ଟାକଲେ ଭଲ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବ ଶତ୍ରୁମାନେ ମଥାନତ କରିବେ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । କୃଷିଜୀବିମାନେ ନିଜ କର୍ମରେ ଲିପ୍ତ ରହିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିବେ । ମହିଳାମାନେ ବ୍ୟବସାୟରେ ସଫଳ, ମାନସିକ ଶାନ୍ତି କର୍ମରେ ସ୍ଥିରତା ଯୋଗେ ଖୁସିହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି । ଜାଗା, ଜମି, ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି । ମାନସିକ ସ୍ଥିରତା ଦେଖାଦେବ । ଛାତ୍ର ଛାତ୍ରୀମାନେ ଶାରୀରିକ ସୁସ୍ଥତା ଅନୁଭବ କରିବେ । ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନହୋଇ ପାରନ୍ତି । ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ । ଧନଲାଭ କରିବାର ଆଶା ଦେଖାଯାଏ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଚାକିରୀକ୍ଷେତ୍ରରେ ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ । ଘରୋଇ କର୍ମଚାରୀଙ୍କ କର୍ମକ୍ଷେତ୍ରରେ ସମ୍ମାନ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ । ମହିଳାମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଯୁବକ ଯୁବତୀମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ ।  ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।