ଆଜିର ରାଶିଫଳ 26 ଏପ୍ରିଲ 2019, ଶୁକ୍ରବାର – ସାଇ ବାବା ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ମେଷ

ଆଜି ଆପଣଙ୍କ ଆତ୍ମଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ । ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ । ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି । ପରିବାରର ଲୋକମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ । ମଧ୍ୟାହ୍ନ ପରେ କୌଣସି କାର୍ଯ୍ୟରେ ବିନା ଭାବି ଚିନ୍ତି ନିର୍ଣ୍ଣୟ ନିଅନ୍ତୁ ନାହିଁ । ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ । ମିତ୍ର ତଥା ସ୍ଵଜନମାନଙ୍କୁ ସାକ୍ଷାତ କରିବେ, ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ବୃଷ

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ । ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ । ମିତ୍ରମାନଙ୍କ ସହିତ ଆନନ୍ଦର ସମୟ ବିତାଇବେ । ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ପରିଜନମାନଙ୍କ ସହିତ ମତଭେଦ ହେବାରେ ମନରେ ଅସୁବିଧା ହୋଇପାରେ, ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ମିଥୁନ

ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ । ବନ୍ଧୁ ସମ୍ପର୍କିୟ କିମ୍ବା ଅଫିସକାମରେ ବାହାରକୁ ଯାଇପାରନ୍ତି । ଭ୍ରମଣ ବେଳେ ନୂଆ ଦର୍ଶନ ସ୍ଥାନ ପରିଦର୍ଶନ କରିବେ ଏବଂ ବାର୍ତ୍ତାଳାପ ଉପଭୋଗ କରିବେ । ଏହି ଭଲ ସମୟରେ କୌଣସି ବାଧା ବିଘ୍ନ ଆସିବ ନାହିଁ । ଘରର ବାତାବରଣ ଆନନ୍ଦଦାୟୀ ରହିବ । ଆର୍ଥିକ ଲାଭ ସହିତ ବ୍ୟବସାୟରେ ସନ୍ତୋଷ ଅନୁଭବ କରିବେ । ସାମାଜିକ ଦୃଷ୍ଟିରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ । ନୂତନ ବସ୍ତ୍ରାଭୂଷଣ ପ୍ରାପ୍ତ ହେବ, ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ

କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ । ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ । ଆଜି ଆପଣଙ୍କ ଦିନ ଲାଭକାରୀ ହେବ । ବ୍ୟବସାୟରେ ଲାଭ ହେବ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳ ହେବେ । ଯଶ-କୀର୍ତ୍ତି ପ୍ରାପ୍ତ ହେବ । ଆପଣଙ୍କ ଆୟ ଏବଂ ବ୍ୟାପାରରେ ବୃଦ୍ଧି ହେବ, ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ସିଂହ

ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ । ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ । ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ । ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ । ଆଜି ଆପଣଙ୍କୁ ଜମି, ବାସଗୃହ ଆଦିର କାଗଜପତ୍ର ବିଷୟ ଉପରେ ସାବଧାନ ରହିବାକୁ ହେବ । ପରିଜନମାନଙ୍କ ସହିତ ବିନା କାରଣରେ ଚିନ୍ତା ବଢ଼ିପାରେ । ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ, ପ୍ରତିକାର:- କଳା ପିମ୍ପୁଡ଼ି ଓ ଜନ୍ଦା ଗାତ ପାଖରେ ଗୁଡ଼ ରଖନ୍ତୁ ।

କନ୍ୟା

ଆଜି ଆପଣ ସେହି ବ୍ୟକ୍ତି ଉପରେ ହତାଶ ଅନୁଭବ କରୁଛନ୍ତି ଯେଉଁ ମାନେ ଆପଣଙ୍କୁ ନିରାଶ କରିଛନ୍ତି । ଆପଣଙ୍କୁ ଏମିତି ଲାଗିବ, ଲୋକମାନେ ଦେଇଥିବା କଥା ଅନୁସାରେ କାମ କରୁନାହାନ୍ତି । ଆଜି ଆପଣ ମୁଣ୍ଡକୁ ଶାନ୍ତ ରଖିବାକୁ ହେବ । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ । ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ । ଆଜି ଆପଣଙ୍କ ପାଖରେ ଘର ଏବଂ କାର୍ଯ୍ୟସ୍ଥଳରେ ଉତ୍ତମ ବାତାବରଣ ରହିବାରୁ ଅଧିକ ପ୍ରସନ୍ନତା ମିଳିବ । ଆଜି ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ମାନସିକ ରୂପରେ ଆପଣ ଅସୁସ୍ଥତା ଅନୁଭବ କରିପାରନ୍ତି, ପ୍ରତିକାର:-ଭିକାରିଙ୍କୁ ଅନ୍ନଦାନ କରନ୍ତୁ ।

ତୁଳା

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ । ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ । ଆଜି ଆପଣଙ୍କ ଦିନ ଶୁଭଫଳଦାୟୀ ଅଟେ । ଆପଣଙ୍କ ବୈଚାରିକ ସମୃଦ୍ଧି ଅନ୍ୟ ଲୋମାନଙ୍କୁ ପ୍ରଭାବିତ କରିପାରିବ । ବ୍ୟବସାୟ ଦୃଷ୍ଟିରୁ ଆଜିର ଦିନ ଲାଭଦାୟୀ ହେବ, ପ୍ରତିକାର:- କଳା ପିମ୍ପୁଡ଼ି ଗାତ ପାଖରେ ଗୁଡ଼ ରଖନ୍ତୁ ।

ବିଛା

ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ । ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ । ପରିବାରର ଲୋକମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ । ମଧ୍ୟାହ୍ନ ପରେ କୌଣସି କାର୍ଯ୍ୟରେ ବିନା ଭାବି ଚିନ୍ତି ନିର୍ଣ୍ଣୟ ନିଅନ୍ତୁ ନାହିଁ । ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ । ମିତ୍ର ତଥା ସ୍ଵଜନମାନଙ୍କୁ ସାକ୍ଷାତ କରିବେ । ଆକସ୍ମିକ ଖର୍ଚ୍ଚ ମାମଲାରେ ସାବଧାନ ରୁହନ୍ତୁ । ଶାରୀରିକ ଏବଂ ମାନସିକ ଅସୁସ୍ଥତା କାରଣରୁ ମିତ୍ରମାନଙ୍କ ସାଥିରେ ଉଗ୍ର ଚର୍ଚ୍ଚା କିମ୍ବା ଝଗଡ଼ା ନ ହେଉ, ଏହାର ମଧ୍ୟ ଧ୍ୟାନ ରଖିବେ, ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ ।

ଧନୁ

ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ । ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ଦିନ ଶୁଭ ଅଟେ । ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହେବ । ପ୍ରିୟଜନମାନଙ୍କଠାରୁ ସୁଖ ଏବଂ ଆନନ୍ଦପ୍ରାପ୍ତି ହେବ । ପର୍ଯ୍ୟଟନ ପାଇଁ ମିତ୍ର ତଥା ପରିଜନମାନଙ୍କ ସହିତ ଯୋଜନା ବନି ପାରିବ । ମନରେ ପ୍ରସନ୍ନତା ରହିବ, ପ୍ରତିକାର:- ବିଧବାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ମକର

ଆଜି ଯୁକ୍ତି କିମ୍ବା କଳି ହେବାର ସମ୍ଭାବନା ଅଛି । ଏଥିପାଇଁ ଆପଣ କୌଣସି ଯୁକ୍ତି କିମ୍ବା କଳିରେ ନପଡ଼ିବା ପାଇଁ ଚ଼େଷ୍ଟା କରନ୍ତୁ । ଯଦି ଆପଣଙ୍କୁ ଲାଗେ କି ପରିସ୍ଥିତି ବିଗୁଡ଼ୁଛି ତେବେ ଆପଣ ନିଜକୁ ତା` ଠାରୁ ଦୂରରେ ରଖନ୍ତୁ । ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ । ବ୍ୟବହାର ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା ଆପଣଙ୍କୁ କ୍ଷତି ହୋଇପାରେ । ଦୁର୍ଘଟଣାରୁ ସାବଧାନ ରୁହନ୍ତୁ । ଖର୍ଚ୍ଚ ଅଧିକ ହୋଇପାରେ । ବ୍ୟବସାୟୀ ବ୍ୟକ୍ତିମାନଙ୍କ ସହିତ ଉଗ୍ର ବିବାଦ ହେବାର ଆଶଂକା ଅଛି, କିନ୍ତୁ ଆପଣ ଏହାକୁ ଟାଳିବାକୁ ଚେଷ୍ଟା କରିବେ, ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

କୁମ୍ଭ

ଆଜିର ଦିନ ନିଜର ପରିଜନ ଏବଂ ପ୍ରିୟଜନ ମାନଙ୍କ ସହିତ ବିତାଇବାର ଶୁଭ ଦିନ ଅଟେ ।  ଆଜି ଆପଣ ଏମିତି ପ୍ରିୟଜନ ମାନଙ୍କ ସହିତ କଟେଇବେ ଯେଉଁ ମାନଙ୍କ ସହିତ ଆପଣ ବହୁତ ଦିନରୁ ଦେଖାକରି ପାରିନାହାନ୍ତି । ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି । ଣୟ-ପ୍ରସଂଗ ପାଇଁ ଆଜିର ଦିନ ଅନୁକୂଳ ଅଟେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ । ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ । ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ମୀନ

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ । ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି । ଆଜି ଆକସ୍ମିକ ଖର୍ଚ୍ଚ ହେବାର ଆଶଂକା ଅଛି । ଭବିଷ୍ୟତର ଯୋଜନାକୁ ନେଇକରି ମନ କିଛି ଚିନ୍ତା ରହିପାରେ, କିନ୍ତୁ ମଧ୍ୟାହ୍ନ ପରେ ଘରେ ସୁଖ-ଶାନ୍ତିର ବାତାବରଣ ବନିବ, ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ ।