ଆଜିର ରାଶିଫଳ 26 ଜୁଲାଇ 2019, ଶୁକ୍ରବାର, ଦୁର୍ଗା ମା ଙ୍କ କୃପାରୁ ଏହି ୩ଟି ରାଶିର ସବୁ କାମ ସଫଳ ହେବ

ମେଷ:-

ନୂତନ କର୍ମ ପାଇଁ ଚେଷ୍ଟିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ରାଜନୀତିରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ପ୍ରଶଂସିତ ହେବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଧାର୍ମିକ କାର୍ଯ୍ୟ ଆୟୋଜନ କରେଇବା ଦ୍ଵାରା ମାନ-ପ୍ରତିଷ୍ଠା ବଢିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ମହିଳାମାନେ ମିତ୍ର ଓ ଭାଇମାନଙ୍କ ସାହାଯ୍ୟରେ ଯାତ୍ରାରେ ବିଶେଷ ଲାଭାନ୍ୱିତା ହେବେ । ବ୍ୟବସାୟ ବୃଦ୍ଧି କିମ୍ବା ନିକଟକୁ ଯାତ୍ରା କରି ବିଗିଡିଯାଇଥିବା କାର୍ଯ୍ୟ ସୁଧାରି ଦେବା ଫଳରେ ଲାଭବାନ୍ ହେବେ । ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବୁଦ୍ଧି ବଳରେ  ପ୍ରଚୁର ଅର୍ଥ ଲାଭହେବ ଓ ଆର୍ଥିକ ସମସ୍ୟାର ସମାଧାନ ହେବ । ବିଦ୍ୟା ଓ ଖେଳରେ ଉନ୍ନତି ହେବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । କର୍ମକ୍ଷେତ୍ରରେ ସାମାନ୍ୟ ପରିଶ୍ରମ କରିଲେ ପଦୋନ୍ନତିର ସୂଚନା ପାଇବେ । ପଢ଼ାପଢ଼ିରେ ମନଦେବେ ମାନସିକ ଦୁଶ୍ଚିନ୍ତା ଦୂରହେବ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂତନ ଗୃହ ନିର୍ମାଣ କରି ପାରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ନୂତନ ଗୃହସୁଖ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଦୂରଯାତ୍ରା ସୁଯୋଗ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:–

ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇପାରେ । ରାଜନୀତିକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ପ୍ରତିଷ୍ଠା ବୃଦ୍ଧିହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । କର୍ମ କ୍ଷେତ୍ରରେ ମିତ୍ରମାନେ ପରାମର୍ଶ ଦେଇ କିଛି ଉନ୍ନତି ମୂଳକ କାମପ୍ରତି ପ୍ରଲୋଭିତ କରିବେ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ ଏବଂ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ।  ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

କନ୍ୟା:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ତୁଳା:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଉଚ୍ଚଶିକ୍ଷା  ସମ୍ମିଳନୀରେ ଯୋଗଦେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ । ଘର ପରିବାରସ୍ଥିତି ଭଲ ରହିବ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମକ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ଶାରୀରିକ ଅସୁସ୍ଥତା ଦୂର ହେବ ଓ ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ଧନୁ:-

ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର:-

ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଶାରୀରିକ କଷ୍ଟ ଦୂରେଇ ଯିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ସାଙ୍ଗସାଥିମାନେ ସାହାଯ୍ୟ କରିବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ । ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ବ୍ୟବସାୟରେ ଶତୃମାନେ ପରାଜିତ ହେବେ ଓ ଉନ୍ନତି ହୋଇ ଋଣଭାର କମିଯିବ । ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ ରହିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।