ଆଜିର ରାଶିଫଳ, 26 ନଭେମ୍ବର 2019 ମଙ୍ଗଳବାର, ଆଜିଠୁ ହନୁମାନ ଏହି ୪ଟି ରାଶିର ସବୁ ଦୁଃଖ ଦୂର କରିବେ

୧-ମେଷ

ନୂତନ ପ୍ରକଳ୍ପ ଆରମ୍ଭ କରିପାର ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାର ଯାହା କି ଆପଣଙ୍କ ପାଇଁ ପ୍ରଚୁର ଲାଭ ଆଣିଦେବ । ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ । ନିଜର ଉଚ୍ଚାଧିକାରୀ ଓ ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ । ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବ । ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ । ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ ।

୨-ବୃଷ

ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ ।

୩-ମିଥୁନ

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଦେଖା ଦେଲେ ମଧ୍ୟ ଶାନ୍ତି ପାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ ।

୪-କର୍କଟ

ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ।

୫-ସିଂହ

ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରେ । ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବିଦେଶ ଯାତ୍ରାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନିକରି ଆଶାତୀତ ଉନ୍ନତି ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ ପରିଶ୍ରମ କରିବାକୁ ପଡିବ ।

୬-କନ୍ୟା

ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରି ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପାରିବାରିକ ସମସ୍ୟା ସୁଧାରୀ ନେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶୁଭକାମ କରି ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ରାଜନୀତି କ୍ଷେତ୍ରରେ ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସମାଚାର ମିଳିବ ।

୭-ତୁଳା

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ କରିବାକୁ ଚେଷ୍ଟାକଲେ ସଫଳ ହେବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ ।

୮-ବିଚ୍ଛା

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ ।

୯-ଧନୁ

ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସି ପ୍ରଶଂସିତ ହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ ।

୧୦-ମକର

ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ ।

୧୧-କୁମ୍ଭ

ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

୧୨-ମୀନ

ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ ।