ଆଜିର ରାଶିଫଳ 26 ମେ 2019, ରବିବାର – ଶନି ମଙ୍ଗଳ ହେଲେ ଏକାଠି ଏହି ୪ ରାଶିର ସବୁ କାମ ହେଇଯିବ

ମେଷ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଶିଳ୍ପ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ ।  ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ । ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ । ଧାନ, ଗହମ, ବାଜରା, ମକା, ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ନିଜ ଲୋକମାନେ ପରଭଳି ବ୍ୟବହାର କରିବେ । ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ । ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିବ ।ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟ କ୍ଷେତ୍ରରେ ଟେନସନ ଦୂର ହେବ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ ଓ  ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା:-

ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ । ପ୍ରତିକାର- ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-

ଆର୍ଥିକସ୍ଥିତିରେ ସୁଧାର ଆସିବା ଫଳରେ ନୂତନ ଉଦ୍ୟୋଗରେ ପଇସା ଖଟେଇବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ଓ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ନୂତନ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରି ଚାଲିବେ । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କୁମ୍ଭ:-

ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡି ଯାଉଥିବା ଟଙ୍କା ମିଳି ପାରିବ । ଶିଳ୍ପବାଣିଜ୍ୟ ଓ  ପରିବହନ ବ୍ୟବସାୟରେ ଉନ୍ନତି କରିବେ । ମହିଳାମାନେ ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ । ଛାତ୍ରୀମାନେ ଯାତ୍ରାରେ ସୁଭଫଳ ପାଇ ବାନ୍ଧବୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ । ଉଚ୍ଚଶିକ୍ଷା ଲାଭକରି ଥିଲେ ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବାର ଯୋଜନା କରି ପାରିବେ କିନ୍ତୁ ଆଜି ତାହା କିଣନ୍ତୁ ନାହିଁ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।