ଆଜିର ରାଶିଫଳ, 26 ସେପ୍ଟେମ୍ବର 2019 ଗୁରୁବାର, ମା ଲକ୍ଷ୍ମୀ ଏହି ୪ଟି ରାଶି ଉପରେ କୃପା କରିବେ

୧-ମେଷ

ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୨-ବୃଷ

ପାରିବାରିକସ୍ତର ହସ ଖୁସିରେ କଟିବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । କର୍ମକ୍ଷେତ୍ରରେ ଓ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୩-ମିଥୁନ

ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ । ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ ।  ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ ।

୪-କର୍କଟ

ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୫-ସିଂହ

ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ଟେନ୍ସନ୍ ଦୂର ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । କୋର୍ଟକଚେରି ମାମଲାର ଶୁଣାଣି ସପକ୍ଷରେ ଯାଇପାରେ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକସ୍ଥିରତା ଅକ୍ଷୁର୍ଣ୍ଣ ରହିବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ ।   ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୭-ତୁଳା

ଘର ପରିବାରକୁ ପ୍ରାଥମିକତା ଦେବେ, ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ପ୍ରେମ-ପ୍ରସଙ୍ଗ ବା ଗୁପ୍ତ ବନ୍ଧୁ ବାହାରକୁ ପ୍ରକାଶ ହେବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ ।  ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୮-ବିଚ୍ଛା

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ଓ କ୍ଷତି ବଢିବ । କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ଆର୍ଥିକସ୍ଥିତି ଭଲ ରହିବ । କର୍ମ କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସମସ୍ତ ଆଶା ପୂରଣ ହେବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ ।   ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୯-ଧନୁ

ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଆର୍ଥିକସ୍ଥିତି ଭଲ ରହିବ । କର୍ମ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ ହୋଇ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରି ପାରନ୍ତି । ସମସ୍ତ ଆଶାପୂରଣ ହେବାରେ କିଛି ଅସୁବିଧା ହେବ ନାହିଁ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୦-ମକର

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ।   ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧-କୁମ୍ଭ

ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବା ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ସୁଖ ସୌଭାଗ୍ୟ ତଥା ଯଶ ପ୍ରସିଦ୍ଧି ଆଶା କରି ହେବ । ଦୟାଳୁ ପ୍ରବୃତି ଜାଗ୍ରତ ହେବ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ଆର୍ଥିକ ମାମଲା ସୁଧୁରି ଯିବ । ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଋଣ ଭରଣାରେ ସହଜ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ଶତୃଙ୍କ ସହିତ ମୁକାବିଲା କରିପାରିବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

୧୨-ମୀନ

ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁତ୍ଵ ବୃଦ୍ଧି ପାଇବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।