ଆଜିର ରାଶିଫଳ 27 ଅଗଷ୍ଟ 2019, ମଙ୍ଗଳବାର, ମା ମଙ୍ଗଳା ଆଜି ଏହି ୪ଟି ରାଶି ଉପରେ କୃପା କରିବେ

ମେଷ:-

ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ଆର୍ଥିକପରିସ୍ଥିତିରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ ।  ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ।  ବିଦ୍ୟାର୍ଥୀମାନେ ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ ଓ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ । ଅଧ୍ୟୟନ ପାଇଁ ତତ୍ପର ହେବେ । ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ । ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଯେକୌଣସି ଶୁଭ କାର୍ଯ୍ୟ ଆରମ୍ଭ କରି ପାରିବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ଶରୀର ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ । ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ । ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । କୃଷିଜିବୀମାନେ ଅନେକ ଦିଗରୁ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ । କୃଷିଜିବୀମାନେ ଲାଭବାନ୍ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ରେ ପୂରଣ ହେବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ ।  ଆୟ ଉପାର୍ଜନରେ ବାଧା ନାହିଁ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ବାହାର ଯାତ୍ରାରେ ସଫଳ ହେବେ । ବକେୟା ଅର୍ଥ କିଛି ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ । ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । ଶତୃ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆନନ୍ଦିତ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ । ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ । ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରିବେ । ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ସତକଥା କହି ପ୍ରବଳ ଧନଲାଭ ସହ ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରିଆନନ୍ଦ ପାଇବେ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ପାରିବାରିକ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଧିକାରୀ କାମରେ ପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ ।   ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସ୍ଥଗିତଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧା ଫଳରେ କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।