ଆଜିର ରାଶିଫଳ, 27 ଜାନୁୟାରୀ 2019, ରବିବାର – ସୁର୍ଯ୍ୟ ଦେବଙ୍କ କୃପାରୁ ରୁ ଏହି ୪ଟି ରାଶିର ଭାଗ୍ୟ ଚମକି ଉଠିବ

ମେଷ:–

ଆଜି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ । ବିଦ୍ୟାର୍ଥିମାନଙ୍କପାଇଁ ସମୟ କଠିନ ଅଟେ । ପେଟ ସମ୍ବନ୍ଧିତ ରୋଗରେ ମଧ୍ୟ ମନ ଚିନ୍ତିତ ହୋଇପାରେ, ପରନ୍ତୁ ମଧ୍ୟାହ୍ନ ପରେ ରୋଗରେ ଆପଣଙ୍କୁ ଆସ୍ୱସ୍ତି ଅନୁଭବ ହେବ । ମାନସିକ ରୂପରେ ମଧ୍ୟ ଆପଣଙ୍କୁ ଭଲ ଲାଗିବ । କ୍ରୋଧକୁ ନିୟନ୍ତ୍ରଣରେ ରଖିକରି ସ୍ଵଭାବକୁ ମୃଦୁ ବନାଇ ରଖିବେ । ବାଣୀ ଉପରେ ନିୟନ୍ତ୍ରଣ ରଖିବାଯୋଗୁଁ ବାତାବରଣକୁ ଶାନ୍ତ ରଖିବାରେ ଆପଣ ସଫଳ ହୋଇପାରନ୍ତି । ଖର୍ଚ୍ଚର ମାତ୍ରା ଅଧିକ ରହିବ । ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ବିଗିଡ଼ି ପାରେ । ଆର୍ଥିକ ରୂପରେ ଆପଣଙ୍କୁ ଲାଭ ହେବ|କୁକୁରକୁ ଖାଇବାକୁ ଦିଅନ୍ତୁ

ବୃଷ:–

ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ । ସ୍ଵାସ୍ଥ୍ୟ ଭଲ ରଖିବା ପାଇଁ ଖାଇବା ପିଇବାରେ ଧ୍ୟାନ ରଖିବେ । ଯଦି ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖିବେ ଆପଣ କାହା ସହିତ ଉଗ୍ର ଚର୍ଚ୍ଚା ମନମାଳିନ୍ୟକୁ ଟାଳିବାରେ ସଫଳ ହୋ ପାରିବେ । ମଧ୍ୟାହ୍ନ ପରେ ଆପଣଙ୍କ ପ୍ରସନ୍ନତାରେ ବୃଦ୍ଧି ହେବ|ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମିଥୁନ:–

ଜୀବନସାଥୀ ପ୍ରାପ୍ତ ହେବାପାଇଁ ଆଜିର ଦିନ ଶୁଭ ଅଟେ । ଆୟ ଏବଂ ବ୍ୟାପାରରେ ମଧ୍ୟ ବୃଦ୍ଧିର ଯୋଗ ଅଛି । ମିତ୍ରମାନଙ୍କ ସହିତ ଯାତ୍ରା କରିବାକୁ ଯାଇପାରନ୍ତି, ଯେଉଁଠାରେ ଆପଣଙ୍କ ସମୟ ଅଧିକ ଆନନ୍ଦ ପୂର୍ବକ ବିତିବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ଉଗ୍ରତା ନ ହେଉ, ଏହାର ଧ୍ୟାନ ରଖିବେ । | ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ । କର୍ମ ନିଯୁକ୍ତିରେ ବିଫଳ ହେବେ ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ବ୍ୟବସାୟୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ । ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

କର୍କଟ:–

ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:–

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ । ନୂତନ କର୍ମ ନିଯୁକ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

କନ୍ୟା:–

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା:–

ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଛା:–

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ଧନୁ:–

ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ସୁବିଧା ପ୍ରାପ୍ତି । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ । ପ୍ରତିକାର : ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ମକର:–

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ ।

କୁମ୍ଭ:–

ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ । ପ୍ରତିକାର– ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ ।

ମୀନ:–

ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ପ୍ରତିକାର– ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ ।