ଆଜିର ରାଶିଫଳ 27 ଜୁଲାଇ 2019, ଶନିବାର, ଶନି ଦେବ ଙ୍କ ଅସୀମ କୃପା ବରଷିବ ଏହି ୩ଟି ରାଶି ଉପରେ

ମେଷ:-

କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତହେବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଉଚିତ୍ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ସୁଖ ପ୍ରାପ୍ତି ଓ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଭଲମନ୍ଦ ବିଚାର କରି କାର୍ଯ୍ୟକଲେ ଅଯଥା ଖର୍ଚ୍ଚାନ୍ତରୁ ରକ୍ଷା ପାଇବେ । କର୍ମକ୍ଷେତ୍ରରେ ପୂର୍ବରୁ ଲାଗିରହିଥିବା ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । କ୍ରିଡା, ପ୍ରତିଯୋଗିତାପରୀକ୍ଷା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳତା ମିଳିବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ । ଶୁଭଖବର ପାଇ ମନ ଖୁସି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କର୍କଟ:-

ସ୍ଥଗିତଥିବା କର୍ମଟି ପୂରଣ ହେବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ । ନିଜର କାର୍ଯ୍ୟ ସାଧନ ପାଇଁ ଯାତ୍ରା କରିବାକୁ ବାଧ୍ୟ ହେବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି । କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନପୂରାଇବା ଭଲ । ମହିଳାମାନେ ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଉନ୍ନତି ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ସକ୍ରିୟ ହେବେ । ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ଭୋଗବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ ।  ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ । ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ । ଖେଳ ଓ ବିଦ୍ୟାରେ ଉନ୍ନତି ହେବ ।  ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ମହିଳାମାନେ ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମକର:-

ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବିରୋଧିମାନେ ଦୂରେଇଯିବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାଜ ନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ ।  ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କୁମ୍ଭ:-

ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।  ପ୍ରତିକାର:-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ମୀନ:-

କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି ।  ପ୍ରତିକାର- ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ ।