ଆଜିର ରାଶିଫଳ, 27 ନଭେମ୍ବର 2018 ମଙ୍ଗଳବାର – ଏହି ୫ ଟି ରାଶି ଉପରେ ବଜରଙ୍ଗଵାଲୀ ହେବେ ପ୍ରସନ

ମେଷ:–

ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ଅଯଥା ଧଁ । ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତ-ଶ୍ରାନ୍ତ ହେବେ । ମାଲିମୋକଦ୍ଦମାରେ ପଶିଲେ ଅପଦସ୍ତ ହେବା ସାର ହେବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ କମିଯିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:–

କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ମିଥୁନ:–

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:–

କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ସିଂହ:–

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହେବେ । ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:–

ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା:–

କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ । ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଛା:–

ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଅନ୍ୟାନ୍ୟ ଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ପ୍ରତିକାର– ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ଧନୁ:–

ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ମନବିକାର ଓ ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମକର:– ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ:–

ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ବେଖାତିର ଭାବ ଯୋଗୁଁ ଉଚ୍ଚାଧିକାରୀଙ୍କ କୋପ ବଢ଼ିବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ନପାରେ । କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର:-ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।