ଆଜିର ରାଶିଫଳ 27 ମେ 2019, ସୋମବାର – ମହାଦେବଙ୍କ ଦିବ୍ୟ କୃପା ପାଇ ଏହି ୪ଟି ରାଶି ର ସବୁ ଇଚ୍ଛା ପୂରଣ ହେବ

ମେଷ:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ଜଣେ ସତ୍ ପରାମର୍ଶଦାତା, ଦାର୍ଶନିକ, ଉପଦେଷ୍ଠା, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଦୂର ଯାତ୍ରାରେ ଅତ୍ୟଧିକ ଆୟ ବୃଦ୍ଧି ହେବ । କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯୁବକ ଯୁବତୀ ମାନଙ୍କର ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଣିଜ୍ୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମହିଳାମାନେ ପରିବାରରେ ହସଖୁଶିର ବାତାବରଣ ସୃଷ୍ଟି କରିବେ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ ଓ ଆର୍ଥିକସ୍ଥିତି ସୁଧୁରିବ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ମହିଳାମାନେ ଧର୍ମପରାୟଣା ଓ ପ୍ରିୟବାଦିନୀ ହେବେ । ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ ।ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ ଓ ନୂଆ ଯୋଜନାରେ ସଫଳ ହେବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସି ହେବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଶୁଭଖବର ପାଇ ମନ ଖୁସି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ମକର:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର- ମାଗିବା ଲୋକକୁ ନିରାଶ କରିବେ ନାହିଁ ।

କୁମ୍ଭ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ମୀନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ପରିବାରରେ ଅଶାନ୍ତି ଦୂରେଇ ଯାଇ  ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନଙ୍କର ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।